Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 22:11 - ଓଡିଆ ବାଇବେଲ

11 ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲୁମ୍‍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ୱ କଲା ଓ ଏହି ସ୍ଥାନରୁ ବାହାରି ଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲମ୍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ଵ କଲା ଓ ଏହି ସ୍ଥାନରୁ ବାହାରି ଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲୁମ୍‍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ୱ କଲା ଓ ଏହି ସ୍ଥାନରୁ ବାହାରିଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;

Faic an caibideil Dèan lethbhreac

ପବିତ୍ର ବାଇବଲ

11 ଯେହେତୁ ଯିହୁଦାର ରାଜା ଯୋଶିୟର ପୁତ୍ର ଶଲ୍ଲମ୍ ଯେ ଆପଣା ପିତା ଯୋଶିୟର ପଦରେ ରାଜତ୍ୱ କଲା ଓ ଏହି ସ୍ଥାନରୁ ବାହାରି ଗଲା। ତାହାର ବିଷୟରେ ସଦାପ୍ରଭୁ ଏହା କହନ୍ତି, “ସେ ଆଉ ଯିରୁଶାଲମକୁ ଫେରିବ ନାହିଁ।

Faic an caibideil Dèan lethbhreac




ଯିରିମୀୟ 22:11
10 Iomraidhean Croise  

ତାଙ୍କ ସମୟରେ ମିସ୍ରୀୟ ରାଜା ଫାରୋ-ନଖୋ ଅଶୂରୀୟ ରାଜାର ବିରୁଦ୍ଧରେ ଫରାତ୍‍ ନଦୀ ଆଡ଼କୁ ଯାତ୍ରା କଲା; ଆଉ ଯୋଶୀୟ ରାଜା ତାହା ବିରୁଦ୍ଧରେ ଯାତ୍ରା କଲେ ତହିଁରେ ଫାରୋ-ନଖୋ ତାଙ୍କୁ ଦେଖି ମଗିଦ୍ଦୋ ନିକଟରେ ତାଙ୍କୁ ବଧ କଲା।


ଏଥିଉତ୍ତାରେ ଯୋଶୀୟଙ୍କ ଦାସମାନେ ମଗିଦ୍ଦୋରୁ ଯିରୂଶାଲମକୁ ତାଙ୍କର ମୃତ ଶରୀର ରଥରେ ଆଣି ତାଙ୍କର ନିଜ କବରରେ କବର ଦେଲେ। ତହୁଁ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍‌ଙ୍କୁ ନେଇ ତାଙ୍କୁ ଅଭିଷେକ କରି ତାଙ୍କ ପିତାଙ୍କ ପଦରେ ତାଙ୍କୁ ରାଜା କଲେ।


ଯିହୋୟାହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍‍, ସେ ଲିବ୍‍ନା ନିବାସୀ ଯିରିମୀୟର କନ୍ୟା ଥିଲେ।


ତହୁଁ ଫାରୋ-ନଖୋ ଯୋଶୀୟଙ୍କର ପୁତ୍ର ଇଲିୟାକୀମ୍‍ଙ୍କୁ ତାଙ୍କର ପିତା ଯୋଶୀୟଙ୍କର ପଦରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍‍ ରଖିଲା; ମାତ୍ର ସେ ଯିହୋୟାହସ୍‌ଙ୍କୁ ନେଇ ଗଲା; ଆଉ ସେ ମିସରରେ ଉପସ୍ଥିତ ହୋଇ ସେଠାରେ ମଲେ।


ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍‍, ଦ୍ୱିତୀୟ ଯିହୋୟାକୀମ୍‍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍‍।


ଏଥିରେ ଯିହୋହାନନ୍‍ର ପୁତ୍ର ଅସରୀୟ, ମଶିଲ୍ଲୋମୋତ୍‍ର ପୁତ୍ର ବେରିଖୀୟ ଓ ଶଲ୍ଲୁମ୍‍ର ପୁତ୍ର ଯିହିଷ୍କିୟ ଓ ହଦ୍‍ଲୟର ପୁତ୍ର ଅମାସା, ଏହି କେତେକ ଇଫ୍ରୟିମ-ସନ୍ତାନଗଣର ପ୍ରଧାନ ଲୋକ ଯୁଦ୍ଧରୁ ଆଗତ ଲୋକମାନଙ୍କ ବିରୁଦ୍ଧରେ ଠିଆ ହୋଇ ସେମାନଙ୍କୁ କହିଲେ,


ତହିଁରେ ହିଲ୍‍କୀୟ ଓ ରାଜାଜ୍ଞାପ୍ରାପ୍ତ ଲୋକମାନେ ହସ୍ରର ପୌତ୍ର ତୋଖତର ପୁତ୍ର ଶଲ୍ଲୁମ୍‍ ନାମକ ବସ୍ତ୍ରାଗାରରକ୍ଷକର ଭାର୍ଯ୍ୟା ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ନିକଟକୁ ଗଲେ; ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ପୁଣି ସେମାନେ ତାହାକୁ ସେହି ଭାବର କଥା କହିଲେ।


ମାତ୍ର ଯେଉଁ ଦେଶକୁ ଫେରି ଆସିବା ପାଇଁ ସେମାନଙ୍କର ପ୍ରାଣ ଅତିଶୟ ଲାଳସା କରେ, ସେ ଦେଶକୁ ସେମାନେ ଫେରି ଆସିବେ ନାହିଁ।


ଆମୋନ୍‍ଙ୍କ ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାର ସମୟରେ, ହିଜକୀୟଙ୍କ ବୃଦ୍ଧ ପ୍ରପୌତ୍ର, ଅମରୀୟଙ୍କ ପ୍ରପୌତ୍ର, ଗଦଲୀୟଙ୍କ ପୌତ୍ର, କୂଶୀଙ୍କ ପୁତ୍ର ସଫନୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।


Lean sinn:

Sanasan


Sanasan