ଯିରିମୀୟ 22:21 - ଓଡିଆ ବାଇବେଲ21 ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, “ମୁଁ ଶୁଣିବି ନାହିଁ;” ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି। Faic an caibideilପବିତ୍ର ବାଇବଲ (Re-edited) - (BSI)21 ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, ମୁଁ ଶୁଣିବି ନାହିଁ; ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, ‘ମୁଁ ଶୁଣିବି ନାହିଁ;’ ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି। Faic an caibideilପବିତ୍ର ବାଇବଲ21 “ଆମ୍ଭେ ତୁମ୍ଭର ସୌଭାଗ୍ୟ ସମୟରେ ତୁମ୍ଭକୁ କଥା କହିଲୁ ଓ ତୁମ୍ଭକୁ ସାବଧାନ କଲୁ। ମାତ୍ର ତୁମ୍ଭେ ଶୁଣିବ ନାହିଁ ବୋଲି କହିଲ। ଆମ୍ଭ ବାକ୍ୟ ପ୍ରତି ତୁମ୍ଭେ ବାଲ୍ୟାବସ୍ଥାରୁ ଅବଧାନ କରି ନାହଁ। Faic an caibideil |
ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସ୍ରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।
ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।