Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 26:11 - ଓଡିଆ ବାଇବେଲ

11 ତହିଁରେ ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, ଏହି ମନୁଷ୍ୟ ପ୍ରାଣଦଣ୍ତର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ଵକର୍ଣ୍ଣରେ ଶୁଣିଅଛ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।”

Faic an caibideil Dèan lethbhreac

ପବିତ୍ର ବାଇବଲ

11 ତା'ପରେ ଯାଜକମାନେ ଓ ଭବିଷ୍ୟ‌ଦ୍‌ବକ୍ତାମାନେ ଅଧିପତିମାନଙ୍କୁ ଓ ସମସ୍ତ ଲୋକଙ୍କୁ ଏହି କଥା କହିଲେ, “ଯିରିମିୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।”

Faic an caibideil Dèan lethbhreac




ଯିରିମୀୟ 26:11
13 Iomraidhean Croise  

ତଥାପି ହେ ସଦାପ୍ରଭୁ, ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ; ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ, କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ଲିଭାଇ ଦିଅ ନାହିଁ; ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ; ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର।


ତହିଁରେ ଅଧିପତିମାନେ ଓ ଲୋକ ସମସ୍ତେ ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ସେ ଆମ୍ଭମାନଙ୍କୁ କଥା କହିଅଛି।”


ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।


ଆପଣମାନଙ୍କର ମତ କ'ଣ ? ଏଥିରେ ସେମାନେ ଉତ୍ତର ଦେଲେ, ସେ ପ୍ରାଣଦଣ୍ଡର ଯୋଗ୍ୟ ।


ସେମାନେ ତାଙ୍କୁ ଉତ୍ତର ଦେଲେ, ଏ ଲୋକଟା ଯଦି ଦୁଷ୍କର୍ମକାରୀ ହୋଇ ନ ଥାଆନ୍ତା, ତାହାହେଲେ ଆମ୍ଭେମାନେ ତାହାକୁ ଆପଣଙ୍କ ହସ୍ତରେ ସମର୍ପଣ କରି ନ ଥାଆନ୍ତୁ ।


ଯିହୂଦୀମାନେ ତାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ମୋଶାଙ୍କ ବ୍ୟବସ୍ଥା ଅଛି ଓ ସେହି ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ଡର ଯୋଗ୍ୟ, କାରଣ ସେ ନିଜକୁ ଈଶ୍ୱରଙ୍କ ପୁତ୍ର ବୋଲି କହିଅଛି


ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ ନୁହେଁ ।


ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍‍ବକ୍ତା ଦୁଃସାହସ କରିବ, ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍‍ବକ୍ତା ମରିବ।


ତେବେ ନଗରସ୍ଥ ଲୋକମାନେ ଯୋୟାଶ୍‍କୁ କହିଲେ, ତୁମ୍ଭ ପୁତ୍ରକୁ ବାହାର କରି ଆଣ, ସେ ହତ ହେବ; କାରଣ ସେ ବାଲ୍‍ର ଯଜ୍ଞବେଦି ଭାଙ୍ଗିଅଛି ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କାଟି ପକାଇଅଛି।


Lean sinn:

Sanasan


Sanasan