Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 27:9 - ଓଡିଆ ବାଇବେଲ

9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ ଓ ସ୍ଵପ୍ନଦର୍ଶକମାନେ ଓ ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ-ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;

Faic an caibideil Dèan lethbhreac

ପବିତ୍ର ବାଇବଲ

9 କିନ୍ତୁ ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତାମାନଙ୍କର, ତୁମ୍ଭର ଦିବ୍ୟଦ୍ରଷ୍ଟାମାନଙ୍କର, ତୁମ୍ଭର ସ୍ୱପ୍ନଦ୍ରଷ୍ଟାମାନଙ୍କର, ତୁମ୍ଭର ଗ୍ଭଟୁକାରମାନଙ୍କର କିଅବା ତୁମ୍ଭର ଯାଦୁକରମାନଙ୍କର କଥା ଶୁଣିବା ଉଚିତ୍ ନୁହେଁ, ଯେଉଁମାନେ ତୁମ୍ଭକୁ କହନ୍ତି, “ତୁମ୍ଭେ ବାବିଲୋ‍ନ୍‍ର ରାଜାଙ୍କର ସେବା କରିବା ଉଚିତ୍ ନୁହେଁ।”

Faic an caibideil Dèan lethbhreac




ଯିରିମୀୟ 27:9
26 Iomraidhean Croise  

ତୁମ୍ଭେ ମାୟାବିନୀକୁ ଜୀବିତା ରଖିବ ନାହିଁ।


ତେବେ ଫାରୋ ଆପଣା ପଣ୍ଡିତ ଓ ଗୁଣିଆମାନଙ୍କୁ ଡାକିଲେ; ତହିଁରେ ମିସ୍ରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ।


ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ।


ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କ’ଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ ? ସେମାନେ କ’ଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ ?


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହିନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟାଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।


‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ।


ସଦାପ୍ରଭୁ କହନ୍ତି, “ଦେଖ,ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହିସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ।


ଖଡ୍ଗ, ଖଡ୍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ ପରି ହେବ, ଏଥିପାଇଁ ତାହା ମାର୍ଜ୍ଜିତ ହୋଇଅଛି।


ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନେ ମୋ’ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।


ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍‍ବିଗ୍ନ ହେବେ; ହଁ, ସେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଘୋଡ଼ାଇବେ; କାରଣ ପରମେଶ୍ୱରଙ୍କଠାରୁ କୌଣସି ଉତ୍ତର ନାହିଁ।


କାରଣ ଦେବାଦେବୀଗଣ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ୱପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ୱନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି, ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ସେମାନଙ୍କର ପାଳକ କେହି ନାହାନ୍ତି।


“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ବିତ କରିଥିଲା ।


କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ୱରଙ୍କ କ୍ରୋଧ ବର୍ତ୍ତେ ।


ଆଉ ସେହି ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସଫଳ ହେଲେ, ତୁମ୍ଭେ ଯେଉଁମାନଙ୍କୁ ଜାଣି ନାହଁ, ଏପରି ଅନ୍ୟ ଦେବତାଗଣ ବିଷୟରେ କହେ, ଆସ, ଆମ୍ଭେମାନେ ସେମାନଙ୍କ ପଶ୍ଚାଦ୍‍ଗାମୀ ହେବା ଓ ସେମାନଙ୍କ ସେବା କରିବା;


କାରଣ ଏହି ଯେଉଁ ଦେଶୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଶୁଭାଶୁଭବାଦୀ ଓ ମନ୍ତ୍ରଜ୍ଞମାନଙ୍କ କଥା ଶୁଣନ୍ତି; ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେହିପରି କରିବାକୁ ଦେଇ ନାହାନ୍ତି।


ଇସ୍ରାଏଲ ସନ୍ତାନଗଣ ଖଡ୍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍‍କୁ ମଧ୍ୟ ବଧ କରିଥିଲେ।


ପ୍ରଦୀପର ଆଲୋକ ତୋ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ ତୋ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ ।


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ ।


ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନପରିବର୍ତ୍ତନ କଲେ ନାହିଁ ।


Lean sinn:

Sanasan


Sanasan