Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 3:16 - ଓଡିଆ ବାଇବେଲ

16 ସଦାପ୍ରଭୁ କହନ୍ତି, ‘ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ।’

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ସଦାପ୍ରଭୁ କହନ୍ତି, ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସଦାପ୍ରଭୁ କହନ୍ତି, ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

16 ଅନନ୍ତର ସଦାପ୍ରଭୁ କହନ୍ତି, ସେ ସମୟରେ ଯେତେବେଳେ ତୁମ୍ଭେମାନେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ।” “ସେତେବେଳେ ଲୋକମାନେ ‘ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବିଷୟରେ ଆଉ କହିବେ ନାହିଁ। କିଅବା ତାହା ମନରେ ପଡ଼ିବ ନାହିଁ।’ ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ। କି ତାହା ନିକଟକୁ ଯିବେ ନାହିଁ ଅଥବା ତାହା ଆଉ ନିର୍ମିତ ହେବ ନାହିଁ।

Faic an caibideil Dèan lethbhreac




ଯିରିମୀୟ 3:16
24 Iomraidhean Croise  

କ୍ଷୁଦ୍ର ଜଣକ ସହସ୍ର ହେବ ଓ ସାନ ଜଣକ ବଳବାନ ଗୋଷ୍ଠୀ ହେବ; ଆମ୍ଭେ ସଦାପ୍ରଭୁ ଯଥାକାଳରେ ଏହା ଶୀଘ୍ର ଘଟାଇବା।


ପୁଣି, ସେମାନେ ପୁରାତନ ଧ୍ୱଂସିତ ସ୍ଥାନ ସବୁ ନିର୍ମାଣ କରିବେ, ପୂର୍ବ କାଳର ନଷ୍ଟ ସ୍ଥାନ ସବୁ ଉଠାଇବେ, ଆଉ ସେମାନେ ଧ୍ୱଂସିତ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗରସକଳ ନୂତନ କରିବେ।


କାରଣ ଦେଖ, ଆମ୍ଭେ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁ ଓ ପୂର୍ବ କାଳର ବିଷୟସବୁ ସ୍ମରଣ କରାଯିବ ନାହିଁ, କିଅବା ମନରେ ପଡ଼ିବ ନାହିଁ।


ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।


ଆଉ, ସେହି ସ୍ଥାନ ମଧ୍ୟରୁ ଧନ୍ୟବାଦ ଓ ଆନନ୍ଦକାରୀମାନଙ୍କର ଧ୍ୱନି ନିର୍ଗତ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବୃଦ୍ଧି କରିବା ଓ ସେମାନେ ଅଳ୍ପସଂଖ୍ୟକ ହେବେ ନାହିଁ; ଆହୁରି, ଆମ୍ଭେ ସେମାନଙ୍କୁ ଗୌରବାନ୍ୱିତ କରିବା ଓ ସେମାନେ କ୍ଷୁଦ୍ର ହେବେ ନାହିଁ।


ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁ ରୂପ ବୀଜ ବପନ କରିବା, ଏପରି ସମୟ ଆସୁଛି।


ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ।


ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ଏହି ମିଥ୍ୟା କଥାରେ ବିଶ୍ୱାସ କର ନାହିଁ।


ଦେଖ, ଅବିକଳ ଥିବା ବେଳେ ତାହା କୌଣସି କାର୍ଯ୍ୟର ଯୋଗ୍ୟ ନୋହିଲା; ଅଗ୍ନି ଗ୍ରାସ କଲା ଉତ୍ତାରେ ଓ ତାହା ଦଗ୍ଧ ହେଲା ଉତ୍ତାରେ ତାହା କି କୌଣସି କାର୍ଯ୍ୟର ଅଧିକ ଅଯୋଗ୍ୟ ନୋହିବ ?”


ଆହୁରି, ଆମ୍ଭେ ସେମାନଙ୍କ ସହିତ ଶାନ୍ତିର ଏକ ନିୟମ ସ୍ଥିର କରିବା; ତାହା ସେମାନଙ୍କ ସହିତ ଚିରକାଳୀନ ନିୟମ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବସାଇବା ଓ ବଢ଼ାଇବା ଓ ସେମାନଙ୍କ ମଧ୍ୟରେ ସଦା କାଳ ଆମ୍ଭେ ଆପଣା ଧର୍ମଧାମ ସ୍ଥାପନ କରିବା।


“କାରଣ ଦେଖ, ଆମ୍ଭେ ଆଜ୍ଞା କରିବା ଓ ଆମ୍ଭେ ଯାବତୀୟ ଗୋଷ୍ଠୀ ମଧ୍ୟରେ ଇସ୍ରାଏଲ ବଂଶକୁ ଚାଲୁଣୀର ଶସ୍ୟକୁ ଚଲାଇବା ପରି ଚଲାଇବା, ତଥାପି ଏକ କଣିକା ଭୂମିରେ ପଡ଼ିବ ନାହିଁ।


ତୁମ୍ଭେ ଆପଣାର ଯେଉଁ ସବୁ କ୍ରିୟାରେ ଆମ୍ଭର ଆଜ୍ଞା-ଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।


ବାବିଲୋନକୁ ନିର୍ବାସିତ ହେବା ସମୟରେ ଯୋଷୀୟ ଯିକନୀୟ ଓ ତାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ ।


ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।


Lean sinn:

Sanasan


Sanasan