Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 30:12 - ଓଡିଆ ବାଇବେଲ

12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘା’ ବ୍ୟଥାଜନକ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘାʼ ବ୍ୟଥାଜନକ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘାʼ ବ୍ୟଥାଜନକ।

Faic an caibideil Dèan lethbhreac

ପବିତ୍ର ବାଇବଲ

12 ପୁଣି ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କର କ୍ଷତ ଦୁରାରୋଗ୍ୟ ଓ ତୁମ୍ଭମାନଙ୍କର ଘା’ କେବେ ପୂରଣ ହେବ ନାହିଁ।

Faic an caibideil Dèan lethbhreac




ଯିରିମୀୟ 30:12
13 Iomraidhean Croise  

ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍‍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍‍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।


ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ,ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।


ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି ? କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ୱାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ !


ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ୱୀକାର କରେ କାହିଁକି ? ତୁମ୍ଭେ କି ମୋ’ ପ୍ରତି ନିତାନ୍ତ ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ ?


ତୁମ୍ଭେ ଆପଣା କ୍ଷତ ସକାଶୁ କାହିଁକି କ୍ରନ୍ଦନ କରୁଅଛ ? ତୁମ୍ଭର ବେଦନା ଅପ୍ରତୀକାର୍ଯ୍ୟ, ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭ ପ୍ରତି ଏହିସବୁ କରିଅଛୁ।


ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ।


ଗିଲୀୟଦରେ କ’ଣ ଔଷଧ ନାହିଁ ? ସେଠାରେ କ’ଣ ବୈଦ୍ୟ ନାହାନ୍ତି ? ତେବେ ମୋ’ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ୱାସ୍ଥ୍ୟଲାଭ କରୁ ନାହିଁ ?


ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ଵନା ଦେବି ? ମୁଁ କାହା ସହିତ ତୁମ୍ଭର ଉପମା ଦେବି ? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି ? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରି ପାରେ ?


ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।


ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ।


କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।


ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ବାଦ ଶୁଣନ୍ତି, ସେମାନେ ସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ ?


Lean sinn:

Sanasan


Sanasan