Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 30:8 - ଓଡିଆ ବାଇବେଲ

8 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ତାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

8 “ସେହି ସମୟରେ” ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ଯିହୁଦା ଓ ଇସ୍ରାଏଲର ଲୋକମାନଙ୍କ ସ୍କନ୍ଦରୁ ଯୁଆଳି ସବୁ ଭାଙ୍ଗି ପକାଇବା ଓ ସେମାନଙ୍କର ବନ୍ଧନସବୁ ଛିଣ୍ଡାଇ ପକାଇବା। ପୁଣି ବିଦେଶୀମାନେ ସେମାନଙ୍କୁ ଦାସ୍ୟକର୍ମ କରାଇବେ ନାହିଁ।

Faic an caibideil Dèan lethbhreac




ଯିରିମୀୟ 30:8
16 Iomraidhean Croise  

ସେ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କ ବନ୍ଧନ ଛେଦନ କଲେ।


ପୁଣି, ସେହି ଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ।


କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ।


ଆମ୍ଭେ ଆପଣା ଦେଶରେ ଅଶୂରୀୟକୁ ଭଗ୍ନ କରିବା ଓ ଆପଣା ପର୍ବତ ଉପରେ ତାହାକୁ ପଦ ତଳେ ଦଳିତ କରିବା; ତେବେ ଲୋକମାନଙ୍କଠାରୁ ତାହାର ଯୁଆଳି ଓ ସେମାନଙ୍କ ସ୍କନ୍ଧରୁ ତାହାର ଭାର ଦୂରୀକୃତ ହେବ।”


ପୁଣି, ଯେଉଁ ଦିନ ସଦାପ୍ରଭୁ ତୁମ୍ଭକୁ ତୁମ୍ଭର ଦୁଃଖ ଓ କ୍ଲେଶରୁ ଓ ଯେଉଁ କଠୋର ଦାସତ୍ୱରେ ତୁମ୍ଭକୁ ଦାସ୍ୟ କର୍ମ କରିବାକୁ ହେଲା, ତହିଁରୁ ବିଶ୍ରାମ ଦେବେ,


କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ।


ପୂର୍ବ କାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ଆମ୍ଭେ ଦାସ୍ୟକର୍ମ କରିବା ନାହିଁ; କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ।


କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”


“ଯଥା, ସଦାପ୍ରଭୁ ମୋତେ ଏହି କଥା କହନ୍ତି, ‘ତୁମ୍ଭେ କେତେକ ବନ୍ଧନୀ ଓ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ;


ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।


ତହିଁରେ ହନାନୀୟ ଭବିଷ୍ୟଦ୍‍ବକ୍ତା ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି କାଢ଼ି ନେଇ ତାହା ଭାଙ୍ଗି ପକାଇଲା।


ତୁମ୍ଭେ ଯାଇ ହନାନୀୟକୁ କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ।’


ପୁଣି, ଯିହୋୟାକୀମ୍‍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍‍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା,” ଏହା ସଦାପ୍ରଭୁ କହନ୍ତି; “କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।”


ଆମ୍ଭେ ଯେତେବେଳେ ତଫନ୍‍ହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ଯିବେ।


ଆଉ, କ୍ଷେତ୍ରସ୍ଥ ବୃକ୍ଷଗୁଡିକ ଫଳ ଉତ୍ପନ୍ନ କରିବେ ଓ ଭୂମି ଶସ୍ୟଗୁଡିକ ଉତ୍ପନ୍ନ କରିବ, ପୁଣି, ସେମାନେ ଆପଣାମାନଙ୍କ ଦେଶରେ ନିରାପଦରେ ରହିବେ; ଆଉ, ଆମ୍ଭେ ସେମାନଙ୍କ ଯୁଆଳିର ଖିଲ ଭାଙ୍ଗିଲେ ଓ ସେମାନଙ୍କୁ ଦାସତ୍ୱ କରାଇବା ଲୋକମାନଙ୍କ ହସ୍ତରୁ ଉଦ୍ଧାର କଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।


ପୁଣି, ଏବେ ଆମ୍ଭେ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା।


Lean sinn:

Sanasan


Sanasan