Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 32:34 - ଓଡିଆ ବାଇବେଲ

34 ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

34 ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

34 ପୁଣି ସେମାନେ ଆମ୍ଭ ମନ୍ଦିରରେ ସେମାନଙ୍କ ହସ୍ତଦ୍ୱାରା ନିର୍ମିତ ପ୍ରତିମା ରଖିଛନ୍ତି। ଆମ୍ଭ ନାମ ବହନ କରିଥିବା ମନ୍ଦିରକୁ ‘କଳୁଷିତ’ କରିବା ପାଇଁ।

Faic an caibideil Dèan lethbhreac




ଯିରିମୀୟ 32:34
15 Iomraidhean Croise  

ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ ଆଉ ତାଙ୍କର ମାତାଙ୍କ ନାମ ହୀଫ୍‍ସୀବା ଥିଲା।


ଆଉ ଯୋଶୀୟ ସଦାପ୍ରଭୁଙ୍କ ଗୃହରୁ ଆଶେରା ମୂର୍ତ୍ତି ବାହାର କରି ଯିରୂଶାଲମର ବାହାରେ କିଦ୍ରୋଣ ନଦୀକୁ ଆଣିଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ ଓ ସେହି ଚୂର୍ଣ୍ଣ ସାଧାରଣ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।


ଆଉ, ସେ ଅନ୍ୟ ଦେବଗଣକୁ ଓ ସଦାପ୍ରଭୁଙ୍କ ଗୃହସ୍ଥିତ ପ୍ରତିମାକୁ ଦୂର କଲେ ଓ ସେ ସଦାପ୍ରଭୁଙ୍କ ଗୃହର ପର୍ବତରେ ଓ ଯିରୂଶାଲମରେ ଆପଣାର ନିର୍ମିତ ସମସ୍ତ ଯଜ୍ଞବେଦି ନଗରର ବାହାରେ ପକାଇ ଦେଲେ।


ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।


କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।


କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।


ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରି ଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।


ପୁଣି, ତୁମ୍ଭେମାନେ ଏଥିପୂର୍ବେ ଫେରି ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରି ଆମ୍ଭ ଦୃଷ୍ଟିରେ ଯଥାର୍ଥ କର୍ମ କରିଥିଲ ଓ ଆମ୍ଭ ନାମରେ ଖ୍ୟାତ ଗୃହରେ ଆମ୍ଭ ସମ୍ମୁଖରେ ନିୟମ କରିଥିଲ


ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ‘ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ।’


ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ‘ଆମ୍ଭେମାନେ ଉଦ୍ଧାର ପାଇଲୁ; ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରିପାରୁ ?’


ଯେହେତୁ ସଦାପ୍ରଭୁ କହନ୍ତି, ‘ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି।


ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍‍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।’


Lean sinn:

Sanasan


Sanasan