Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 34:9 - ଓଡିଆ ବାଇବେଲ

9 ଏପରି ମୁକ୍ତି ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଏପରି ମୁକ୍ତି-ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତା;।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏପରି ମୁକ୍ତି ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ପ୍ରତ୍ୟେକ ଏବ୍ରୀୟ ଦାସଦାସୀଙ୍କୁ ମୁକ୍ତ କରିବେ ଓ କେହି ଯିହୁଦୀୟମାନଙ୍କୁ ଦାସ୍ୟକର୍ମ କରାଇବେ ନାହିଁ।

Faic an caibideil Dèan lethbhreac




ଯିରିମୀୟ 34:9
16 Iomraidhean Croise  

ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି, ସେମାନେ ଅବ୍ରାମଙ୍କର ସହାୟ ଥିଲେ।


କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ନିତାନ୍ତ ଚୋରି କରି ଆଣିଅଛନ୍ତି; ପୁଣି, ଏହି ସ୍ଥାନରେ ମଧ୍ୟ ମୁଁ କିଛି କରି ନାହିଁ, ତଥାପି ସେମାନେ ମୋତେ ଏହି କାରାକୂପରେ ବନ୍ଦ କରିଅଛନ୍ତି।


ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକଟି କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, “ଏଇଟି ଜଣେ ଏବ୍ରୀୟ ବାଳକ।”


ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।


କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।”


ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ।


ସମସ୍ତ ଅଧିପତି ଓ ସମସ୍ତ ଲୋକେ ଏହି ନିୟମରେ ଆବଦ୍ଧ ହୋଇ, ପ୍ରତ୍ୟେକେ ଆପଣା ଆପଣା ଦାସକୁ ଓ ପ୍ରତ୍ୟେକେ ଆପଣା ଆପଣା ଦାସୀକୁ ମୁକ୍ତ କରି ବିଦାୟ କରି ଦେବେ, କେହି ସେମାନଙ୍କୁ ଆଉ ଦାସ୍ୟକର୍ମ କରାଇବେ ନାହିଁ ବୋଲି ସମ୍ମତ ହେଲେ, ସେମାନେ ସମ୍ମତ ହୋଇ ସେମାନଙ୍କୁ ବିଦାୟ କରି ଦେଲେ;


କିନ୍ତୁ ତୁମ୍ଭେମାନେ ନିଜେ ନିଜେ ଅନ୍ୟାୟ ଓ କ୍ଷତି କରୁଅଛ, ପୁଣି, ତାହା ଭାଇମାନଙ୍କ ପ୍ରତି କରୁଅଛ ।


ସେମାନେ କି ଏବ୍ରୀୟ ? ମୁଁ ମଧ୍ୟ ଏବ୍ରୀୟ। ସେମାନେ କି ଇସ୍ରାଏଲୀୟ ? ମୁଁ ମଧ୍ୟ ଇସ୍ରାଏଲୀୟ । ସେମାନେ କି ଅବ୍ରହାମଙ୍କ ସନ୍ତାନ ? ମୁଁ ମଧ୍ୟ ଅବ୍ରହାମଙ୍କ ସନ୍ତାନ ।


ଯେବେ ତୁମ୍ଭ ଭାଇ, କୌଣସି ଏବ୍ରୀୟ ପୁରୁଷ, କି ଏବ୍ରୀୟା ସ୍ତ୍ରୀ, ତୁମ୍ଭ ନିକଟରେ ବିକାଯାଏ ଓ ଛଅ ବର୍ଷ ତୁମ୍ଭର ସେବା କରେ; ତେବେ ସପ୍ତମ ବର୍ଷରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବ।


ମୁଁ ଅଷ୍ଟମ ଦିନରେ ସୁନ୍ନତ ପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ମୋଶାଙ୍କ ବ୍ୟବସ୍ଥା ପାଳନ ସମ୍ବନ୍ଧରେ ଜଣେ ଫାରୂଶୀ,


ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି।


ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନି ଶବ୍ଦର ଅଭିପ୍ରାୟ କଅଣ ? ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକୁ ଆସିଅଛି।


ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।


Lean sinn:

Sanasan


Sanasan