Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 38:5 - ଓଡିଆ ବାଇବେଲ

5 ଏଥିରେ ସିଦିକୀୟ ରାଜା କହିଲା, “ଦେଖ, ସେ ତୁମ୍ଭମାନଙ୍କ ହସ୍ତରେ ଅଛି; କାରଣ ରାଜା ତୁମ୍ଭମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବା ଲୋକ ନୁହନ୍ତି।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ଏଥିରେ ସିଦିକୀୟ ରାଜା କହିଲା, ଦେଖ, ସେ ତୁମ୍ଭମାନଙ୍କ ହସ୍ତରେ ଅଛି; କାରଣ ରାଜା ତୁମ୍ଭମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବା ଲୋକ ନୁହନ୍ତି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିରେ ସିଦିକୀୟ ରାଜା କହିଲା, “ଦେଖ, ସେ ତୁମ୍ଭମାନଙ୍କ ହସ୍ତରେ ଅଛି; କାରଣ ରାଜା ତୁମ୍ଭମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବା ଲୋକ ନୁହନ୍ତି।”

Faic an caibideil Dèan lethbhreac

ପବିତ୍ର ବାଇବଲ

5 ତେଣୁ ରାଜା ସିଦିକିୟ ସେହି ଅଧିପତିମାନଙ୍କୁ କହିଲେ, “ଦେଖ, ଯିରିମିୟ ବର୍ତ୍ତମାନ ତୁମ୍ଭମାନଙ୍କ ଅଧୀନରେ ଅଛି। ତୁମ୍ଭେମାନେ ତା’ ବିରୁଦ୍ଧରେ ଯାହା କରିବ ମୁଁ ବାରଣ କରିବି ନାହିଁ।”

Faic an caibideil Dèan lethbhreac




ଯିରିମୀୟ 38:5
10 Iomraidhean Croise  

ଏଥିରେ ଦାଉଦ କହିଲେ, “ହେ ସରୁୟାର ପୁତ୍ରଗଣ, ତୁମ୍ଭମାନଙ୍କ ସହିତ ଆମ୍ଭର ବିଷୟ କ’ଣ ଯେ, ତୁମ୍ଭେମାନେ ଆଜି ମୋର ବିପକ୍ଷ ହେଉଅଛ ? ଆଜି ଇସ୍ରାଏଲ ମଧ୍ୟରେ କ’ଣ କାହାରି ପ୍ରାଣଦଣ୍ଡ ହେବ ? ଆଜି ମୁଁ ଇସ୍ରାଏଲ ଉପରେ ରାଜା ଅଟେ, ଏହା କ’ଣ ମୁଁ ଜାଣୁ ନାହିଁ ?”


ଏଣୁ ମୁଁ ରାଜାଭିଷିକ୍ତ ହେଲେ ହେଁ ଆଜି ଦୁର୍ବଳ ହେଲି; ଏହି ପୁରୁଷମାନେ, ଅର୍ଥାତ୍‍, ସରୁୟାର ପୁତ୍ରମାନେ ଆମ୍ଭ ପ୍ରତି ନିଷ୍ଠୁର; ସଦାପ୍ରଭୁ ଏହି କୁକ୍ରିୟାକାରୀକୁ ତାହାର କୁକର୍ମ ଅନୁସାରେ ପ୍ରତିଫଳ ଦିଅନ୍ତୁ।”


ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କ ଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।


ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋ’ ପ୍ରତି କର।


ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି ?” ତହିଁରେ ଯିରିମୀୟ କହିଲେ, “ଆସିଅଛି।” ସେ ଆହୁରି କହିଲେ, “ଆପଣ ବାବିଲର ରାଜାର ହସ୍ତରେ ସମର୍ପିତ ହେବେ।”


ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। ପୁଣି, ରାଜା ଦାନିୟେଲଙ୍କୁ କହିଲା, ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ୱରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ।


ପୁଣି, ଏକ ପଥର ଅଣାଯାଇ ଗର୍ତ୍ତ ମୁଖରେ ଥୁଆଗଲା; ଆଉ, ଦାନିୟେଲଙ୍କ ବିଷୟରେ ଯେପରି କୌଣସି ପରିବର୍ତ୍ତନ ନ ହେବ, ଏଥିପାଇଁ ରାଜା ଆପଣାର ମୁଦ୍ରାରେ ଓ ଆପଣା ଅମାତ୍ୟଗଣର ମୁଦ୍ରାରେ ତାହା ଅଙ୍କିତ କଲା।


ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି।


ଏଥିରେ ଆଖୀଶ୍‍ ଦାଉଦଙ୍କୁ ଉତ୍ତର ଦେଇ କହିଲା, ମୁଁ ଜାଣେ, ତୁମ୍ଭେ ମୋ’ ଦୃଷ୍ଟିରେ ପରମେଶ୍ୱରଙ୍କ ଦୂତ ପରି ଉତ୍ତମ; ତଥାପି ପଲେଷ୍ଟୀୟ ଅଧିପତିମାନେ କହୁଅଛନ୍ତି, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ।


Lean sinn:

Sanasan


Sanasan