Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 38:7 - ଓଡିଆ ବାଇବେଲ

7 ଏଥି ମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍‍-ମେଲକ ନାମକ ଜଣେ କୂଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ୍ ଦ୍ୱାରରେ ଉପବିଷ୍ଟ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ଏଥି ମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି , ରାଜଗୃହସ୍ଥିତ ଏବଦ୍-ମେଲକ୍ ନାମକ ଜଣେ କୁଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ ଦ୍ଵାରରେ ଉପବିଷ୍ଟ ଥିଲା।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍‍-ମେଲକ ନାମକ ଜଣେ କୂଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ୍ ଦ୍ୱାରରେ ଉପବିଷ୍ଟ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

7 କିନ୍ତୁ ଯିରିମିୟ ଖଣାରେ ପତିତ ହୋଇଥିବା କଥା ରାଜଗୃହସ୍ଥିତ ‌ଏବ‌‌ଦ୍‌‌ମେଲକ ନାମକ ଜଣେ ନପୁଂସକ ଲୋକ ଶୁଣିଲା। ସେହି ସମୟରେ ରାଜା ସିଦିକିୟ ବିନ୍ୟାମୀନ ଫାଟକରେ ବସିଥିଲେ।

Faic an caibideil Dèan lethbhreac




ଯିରିମୀୟ 38:7
22 Iomraidhean Croise  

ଆହୁରି ନବୂଖଦ୍‍ନିତ୍ସର ଯିହୋୟାଖୀନ୍‍ଙ୍କୁ ବାବିଲକୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପତ୍ନୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା।


ମିସର ଦେଶରୁ ଅଧିପତିମାନେ ଆସିବେ; କୂଶ ପରମେଶ୍ୱରଙ୍କ ପ୍ରତି ହସ୍ତ ପ୍ରସାରିବାକୁ ଚଞ୍ଚଳ ହେବ।


ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି।


“ନିଶ୍ଚୟ ସଦାପ୍ରଭୁ ଆପଣା ଲୋକମାନଙ୍କଠାରୁ ମୋତେ ପୃଥକ୍ କରିବେ,” ଏହା ସଦାପ୍ରଭୁଙ୍କଠାରେ ଆସକ୍ତ ବିଦେଶୀ ଲୋକ ନ କହୁ; ଅଥବା “ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ଏହା ନପୁଂସକ ନ କହୁ।”


କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ ?


ତହିଁରେ ପଶ୍‍ହୂର ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନ୍ ନାମକ ଉପର ଦ୍ୱାରରେ ଥିବା ହରିକାଠରେ ତାଙ୍କୁ ବନ୍ଦ କରି ରଖିଲା।


ତହିଁରେ ଅଧିପତିମାନେ ଓ ଲୋକ ସମସ୍ତେ ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ସେ ଆମ୍ଭମାନଙ୍କୁ କଥା କହିଅଛି।”


ଯିରିମୀୟ ଭବିଷ୍ୟଦ୍‍ବକ୍ତା ନିର୍ବାସିତ ଲୋକମାନଙ୍କର ଅବଶିଷ୍ଟ ପ୍ରାଚୀନବର୍ଗଙ୍କର ଓ ନବୂଖଦ୍‍ନିତ୍ସର ଦ୍ୱାରା ନିର୍ବାସାର୍ଥେ ଯିରୂଶାଲମଠାରୁ ବାବିଲକୁ ନୀତ ଯାଜକମାନଙ୍କର, ଭବିଷ୍ୟଦ୍‍ବକ୍ତାଗଣଙ୍କ ଓ ସମସ୍ତ ଲୋକମାନଙ୍କର ନିକଟକୁ ଯେଉଁ ପତ୍ର ଲେଖି,


ଅର୍ଥାତ୍‍, ଯିହୁଦାର ଅଧିପତିଗଣକୁ ଓ ଯିରୂଶାଲମର ଅଧିପତିଗଣକୁ, ନପୁଂସକଗଣକୁ ଓ ଯାଜକମାନଙ୍କୁ ଓ ଦେଶର ସମସ୍ତ ଲୋକଙ୍କୁ, ଯେଉଁମାନେ ଗୋବତ୍ସର ଦୁଇ ଖଣ୍ଡର ମଧ୍ୟ ଦେଇ ଗମନ କଲେ, ସେମାନଙ୍କୁ ଆମ୍ଭେ ସମର୍ପଣ କରିବା;


ପୁଣି, ସେ ବିନ୍ୟାମୀନ୍ ନାମକ ନଗର ଦ୍ୱାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରି କହିଲା, “ତୁମ୍ଭେ କଲ୍‍ଦୀୟମାନଙ୍କର ପକ୍ଷକୁ ଯାଉଅଛ।”


ଏବଦ୍‍-ମେଲକ ରାଜଗୃହରୁ ବାହାରି ରାଜାକୁ କହିଲା,


ଯେ ନଗର ଦ୍ୱାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି।


ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ୍‍ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ, ନଗର ଉନ୍ନତ ହୋଇ ବିନ୍ୟାମୀନ୍‍ର ଦ୍ୱାରଠାରୁ ପ୍ରଥମ ଦ୍ୱାରର ସ୍ଥାନ, ଅର୍ଥାତ୍‍, କୋଣର ଦ୍ୱାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ।


ସେହିପରି ଶେଷରେ ଥିବା ଲୋକେ ପ୍ରଥମେ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ ।


ତେବେ ତାହାର ପିତା ଓ ମାତା ତାହାକୁ ଧରି ତାହାର ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ତାହାର ନଗରଦ୍ୱାରକୁ ନେଇଯିବେ;


ଆଉ ତହିଁ ମଧ୍ୟରୁ କୌଣସି ନଗରକୁ ପଳାୟନକାରୀ ଲୋକ ନଗର ଦ୍ୱାରର ପ୍ରବେଶ-ସ୍ଥାନରେ ଠିଆ ହୋଇ ନଗରର ପ୍ରାଚୀନମାନଙ୍କ କର୍ଣ୍ଣଗୋଚରରେ ଆପଣାର କଥା କହିବ, ତହୁଁ ସେମାନେ ନଗର ମଧ୍ୟରେ ଆପଣାମାନଙ୍କ ନିକଟକୁ ତାହାକୁ ଆଣି ଆପଣାମାନଙ୍କ ମଧ୍ୟରେ ବାସ କରିବାକୁ ସ୍ଥାନ ଦେବେ।


Lean sinn:

Sanasan


Sanasan