Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 41:18 - ଓଡିଆ ବାଇବେଲ

18 କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ବଧ କରିବା ହେତୁରୁ ସେମାନେ କଲ୍‍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମର ପୁତ୍ର ଗଦଲୀୟକୁ ବଧ କରିବା ହେତୁରୁ ସେମାନେ କଲ୍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ବଧ କରିବା ହେତୁରୁ ସେମାନେ କଲ୍‍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ।

Faic an caibideil Dèan lethbhreac




ଯିରିମୀୟ 41:18
11 Iomraidhean Croise  

ଆଉ ବାବିଲ ରାଜା ନବୂଖଦ୍‍ନିତ୍ସର ଯେଉଁମାନଙ୍କୁ ଛାଡ଼ି ଯାଇଥିଲା, ଏପରି ଯିହୁଦା ଦେଶରେ ଅବଶିଷ୍ଟ ଥିବା ଲୋକମାନଙ୍କ ଉପରେ ସେ ଶାଫନ୍‍ର ପୌତ୍ର ଅହୀକାମ୍‍ର ପୁତ୍ର ଗଦଲୀୟଙ୍କୁ ଶାସନକର୍ତ୍ତା ରୂପେ ନିଯୁକ୍ତ କଲା।


ମାତ୍ର ସପ୍ତମ ମାସରେ ରାଜବଂଶଜାତ ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ଦଶ ଜଣ ଆସିଲେ, ଆଉ ଗଦଲୀୟଙ୍କୁ, ପୁଣି ଯେଉଁ ଯିହୁଦୀୟମାନେ ଓ କଲ୍‍ଦୀୟମାନେ ତାହା ସଙ୍ଗେ ମିସ୍ପାରେ ଥିଲେ, ସେମାନଙ୍କୁ ଆଘାତ କରି ବଧ କଲେ।


ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ ? ଆମ୍ଭେ କି ଦୀର୍ଘକାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ ?


ଯିରିମୀୟ ଫେରି ନ ଯାଉଣୁ ନବୂଷରଦନ୍‍ ତାଙ୍କୁ କହିଲା, “ତେବେ ତୁମ୍ଭେ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟକୁ ଫେରି ଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ।” ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା।


ଏଥିଉତ୍ତାରେ ସେନାପତି ସମସ୍ତେ, କାରେହର ପୁତ୍ର ଯୋହାନନ୍‍ ଓ ହୋଶୋୟୀୟର ପୁତ୍ର ଯାସନୀୟ, ଆଉ କ୍ଷୁଦ୍ର ଓ ମହାନ ସମସ୍ତ ଲୋକ ଯିରିମୀୟ ଭବିଷ୍ୟଦ୍‍ବକ୍ତା ନିକଟକୁ ଆସି କହିଲେ,


ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ,’ ସଦାପ୍ରଭୁ କହନ୍ତି, ‘ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ।


ତେବେ ଏହା ଘଟିବ ଯେ, ଯେଉଁ ଖଡ୍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ।’


Lean sinn:

Sanasan


Sanasan