Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 47:6 - ଓଡିଆ ବାଇବେଲ

6 ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶାନ୍ତ ଓ କ୍ଷାନ୍ତ ହୁଅ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ହେ ସଦାପ୍ରଭୁଙ୍କ ଖଡ଼୍‍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷା; ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶା; ଓ କ୍ଷା; ହୁଅ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶାନ୍ତ ଓ କ୍ଷାନ୍ତ ହୁଅ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 “ହେ ସଦାପ୍ରଭୁଙ୍କ ‌‌ଖ‌ଡ଼୍‌ଗ, ତୁମ୍ଭେ କେତେ କାଳପରେ ଯୁଦ୍ଧରୁ କ୍ଷାନ୍ତ ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର, ଶାନ୍ତ ଓ ସ୍ଥିର ହୁଅ।

Faic an caibideil Dèan lethbhreac




ଯିରିମୀୟ 47:6
20 Iomraidhean Croise  

ତେବେ ଅବ୍‍ନର ଯୋୟାବକୁ ଡାକି କହିଲା, “ଖଡ୍ଗ କ’ଣ ସର୍ବଦା ଗ୍ରାସ କରିବ ? ଶେଷରେ ତାହା ଯେ ତିକ୍ତ ହେବ, ଏହା କ’ଣ ତୁମ୍ଭେ ଜାଣ ନାହିଁ ? ତେବେ ତୁମ୍ଭେ ଲୋକମାନଙ୍କୁ ସେମାନଙ୍କ ଭାଇମାନଙ୍କ ପଶ୍ଚାଦ୍‍ଗମନରୁ ଫେରିବା ପାଇଁ କେତେ କାଳ ଆଜ୍ଞା ନ ଦେବ ?”


ପୁଣି, ସଦାପ୍ରଭୁ ଦୂତଙ୍କୁ ଆଜ୍ଞା କଲେ; ତହିଁରେ ସେ ଆପଣା ଖଡ୍ଗ ପୁନର୍ବାର ତହିଁର କୋଷରେ ରଖିଲା।


ହେ ସଦାପ୍ରଭୁ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ୍ଗ ଦ୍ୱାରା ଦୁଷ୍ଟମାନଙ୍କଠାରୁ ମୋ’ ପ୍ରାଣକୁ ଉଦ୍ଧାର କର;


କୁହ୍ରାଡ଼ି କ’ଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ ? କରତ କ’ଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କ’ଣ ସେମାନଙ୍କୁ ହଲାଇବ ? ଯେ କାଷ୍ଠ ନୁହେଁ, ଯଷ୍ଟି କ’ଣ ତାହାକୁ ଉଠାଇବ ?


ହାୟ ଅଶୂର ! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।


ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ।


କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀ ସବୁ କ୍ଷୟ ପାଉଅଛନ୍ତି; କାରଣ ଲୋକମାନେ କହିଲେ, ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ।


ପୁଣି, ସଦାପ୍ରଭୁ କହନ୍ତି, “ଆମ୍ଭେ ବଧ କରିବା ନିମନ୍ତେ ଖଡ୍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକୁ ସେମାନଙ୍କ ଉପରେ ନିଯୁକ୍ତ କରିବା।


ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।’


ମୁଁ କେତେ କାଳ ପତାକା ଦେଖିବି ଓ ତୂରୀର ଶବ୍ଦ ଶୁଣିବି ?


ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଅଭିଶପ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ୍ଗ ଅଟକାଏ, ସେ ଅଭିଶପ୍ତ ହେଉ।


ସଦାପ୍ରଭୁ କହନ୍ତି, “କଲ୍‍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ, ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି।


ଅଥବା ଆମ୍ଭେ ଯଦି ସେହି ଦେଶ ବିରୁଦ୍ଧରେ ଖଡ୍ଗ ଆଣୁ, ଆଉ ଆଜ୍ଞା କରୁ, ହେ ଖଡ୍ଗ, ଦେଶ ମଧ୍ୟ ଦେଇ ଗମନ କର ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ,”


ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ। ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା।


ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”


ସେଥିରେ ଯୀଶୁ ପିତରଙ୍କୁ କହିଲେ, ଖଣ୍ଡା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କ'ଣ ସେଥିରୁ ପାନ କରିବି ନାହିଁ ?


ଏରୂପେ ତିନିଦଳସ୍ଥ ଲୋକ ତୂରୀ ବଜାଇଲେ ଓ କଳଶ ଭାଙ୍ଗିଲେ, ପୁଣି ବାମ ହସ୍ତରେ ଦିହୁଡ଼ି ଓ ଦକ୍ଷିଣ ହସ୍ତରେ ବଜାଇବା ତୂରୀ ଧରିଲେ ଓ ସେମାନେ ଡାକ ପକାଇ କହିଲେ, ଖଡ୍ଗ, ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍‍ଙ୍କର ପକ୍ଷ।


Lean sinn:

Sanasan


Sanasan