Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 49:4 - ଓଡିଆ ବାଇବେଲ

4 ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ମୋ’ ନିକଟକୁ କିଏ ଆସିବ ?”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ମୋʼ ନିକଟକୁ କିଏ ଆସିବ?

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଗୋ ବିପଥଗାମିନୀ କନ୍ୟେ, ତୁମ୍ଭେ କାହିଁକି ତଳଭୂମି ସବୁରେ, ଆପଣା ପ୍ରବାହଶୀଳ ତଳଭୂମିରେ ଦର୍ପ କରୁଅଛ? ତୁମ୍ଭେ ଆପଣା ଧନ ସମ୍ପତ୍ତିରେ ନିର୍ଭର କରି କହୁଅଛ, ‘ମୋʼ ନିକଟକୁ କିଏ ଆସିବ?’

Faic an caibideil Dèan lethbhreac

ପବିତ୍ର ବାଇବଲ

4 ତୁମ୍ଭେମାନେ ତୁମ୍ଭମାନଙ୍କର ଶକ୍ତି ଓ ଧନ ସମ୍ପଦ ଉପରେ ଦର୍ପ କରୁଅଛ। ଏଥିପାଇଁ ତୁମ୍ଭେମାନେ କହୁଅଛ ଆମ୍ଭମାନଙ୍କ ପାଖକୁ କେହି ଆସିବେ ନାହିଁ।”

Faic an caibideil Dèan lethbhreac




ଯିରିମୀୟ 49:4
18 Iomraidhean Croise  

ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;


ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।


ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।


ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ।


ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ ?”


ସଦାପ୍ରଭୁ କହନ୍ତି, ‘ହେ ବିପଥଗାମୀ ସନ୍ତାନଗଣ, ଫେର; କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ; ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା;


ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।


କାରଣ ତୁମ୍ଭେ ଆପଣା କର୍ମରେ ଓ ଆପଣା ଧନ ସମ୍ପତ୍ତିରେ ନିର୍ଭର ରଖିଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଧରାଯିବ; ଆଉ, କମୋଶ ନାମକ ଦେବତା ଆପଣାର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହୋଇ ଯିବ।


“ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚ ସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଳାଇ ଆଣିବା,” ଏହା ସଦାପ୍ରଭୁ କହନ୍ତି।


ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍‍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ।


ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;


କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ।


ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,


ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି,ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ ।


Lean sinn:

Sanasan


Sanasan