Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 5:11 - ଓଡିଆ ବାଇବେଲ

11 ସଦାପ୍ରଭୁ କହନ୍ତି, “ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟନ୍ତ ବିଶ୍ୱାସଘାତକତା କରିଅଛନ୍ତି।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ସଦାପ୍ରଭୁ କହନ୍ତି, ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟ; ବିଶ୍ଵାସଘାତକତା କରିଅଛନ୍ତି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସଦାପ୍ରଭୁ କହନ୍ତି, ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟନ୍ତ ବିଶ୍ୱାସଘାତକତା କରିଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

11 ସଦାପ୍ରଭୁ କହନ୍ତି, “ଏହିପରି କର କାରଣ ଇସ୍ରାଏଲ ଓ ଯିହୁଦା ପରିବାର ଆମ୍ଭ ବିରୁଦ୍ଧରେ ଅତ୍ୟନ୍ତ ପ୍ରତାରଣା କରିଅଛନ୍ତି।”

Faic an caibideil Dèan lethbhreac




ଯିରିମୀୟ 5:11
9 Iomraidhean Croise  

ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରାନ୍ତ ସୀମାରୁ ଶୁଣିଅଛୁ। ମାତ୍ର ମୁଁ କହିଲି, “ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି ! ମୁଁ ସନ୍ତାପର ପାତ୍ର !” ବିଶ୍ୱାସଘାତକମାନେ ବିଶ୍ୱାସଘାତକତା କରିଅଛନ୍ତି; ହଁ, ବିଶ୍ୱାସଘାତକମାନେ ଅତିଶୟ ବିଶ୍ୱାସଘାତକତା କରିଅଛନ୍ତି।”


ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ୱାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ।


ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥା’ନ୍ତି ?


ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ୱାସଘାତକତାପୂର୍ବକ ଆପଣା ସ୍ୱାମୀକି ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ୱାସଘାତକତା କରିଅଛ।


ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।


ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥା’ନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି ! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।


ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଶ୍ୱାସ ଘାତକତା କରିଅଛନ୍ତି; କାରଣ ସେମାନେ ଅବୈଧ ସନ୍ତାନ ଉତ୍ପନ୍ନ କରିଅଛନ୍ତି; ଏବେ ଅମାବାସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ।


ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେହି ସ୍ଥାନରେ ସେମାନେ ଆମ୍ଭ ବିରୁଦ୍ଧରେ ବିଶ୍ୱାସ ଘାତକତା କରିଅଛନ୍ତି।


Lean sinn:

Sanasan


Sanasan