Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 5:12 - ଓଡିଆ ବାଇବେଲ

12 ସେମାନେ ସଦାପ୍ରଭୁଙ୍କୁ ଅସ୍ୱୀକାର କରି କହିଲେ, “ଏ ତ ସେ ନୁହଁନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ;”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ସେମାନେ ସଦାପ୍ରଭୁଙ୍କୁ ଅସ୍ଵୀକାର କରି କହିଲେ, ଏ ତ ସେ ନୁହଁନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ଼୍‍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେମାନେ ସଦାପ୍ରଭୁଙ୍କୁ ଅସ୍ୱୀକାର କରି କହିଲେ, ‘ଏ ତ ସେ ନୁହନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ;

Faic an caibideil Dèan lethbhreac

ପବିତ୍ର ବାଇବଲ

12 “ମିଥ୍ୟାରେ ସେମାନେ ସଦାପ୍ରଭୁଙ୍କର ବିଷୟରେ କହିଲେ, ‘ସଦାପ୍ରଭୁ ଆମ୍ଭମାନଙ୍କର କିଛି କରିବେ ନାହିଁ। ଆମ୍ଭମାନଙ୍କ ପ୍ରତି କିଛି ଅମଙ୍ଗଳ ଘଟିବ ନାହିଁ ଆଉ ଆମ୍ଭେମାନେ ‌‌ଖ‌ଡ଼୍‌ଗ କିଅବା ଦୁର୍ଭିକ୍ଷ ଦେଖିବା ନାହିଁ।’

Faic an caibideil Dèan lethbhreac




ଯିରିମୀୟ 5:12
25 Iomraidhean Croise  

ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍‍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍‍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।


ସେ ଆପଣା ମନେ ମନେ କହେ, “ମୋ’ ପ୍ରତି କିଛି ବିପଦ ଘଟିବ ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।”


ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ।


ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।


ଅନ୍ୟ ଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି ? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରି ପାରେ ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।


ଅଥବା ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି, ଏହା ସେମାନେ କହିଲେ ନାହିଁ।


ପୁଣି, ଯିହୋୟାକୀମ୍‍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍‍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା,” ଏହା ସଦାପ୍ରଭୁ କହନ୍ତି; “କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।”


ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ ତୁମ୍ଭମାନଙ୍କର ଶାନ୍ତି ହେବ ବୋଲି କହି ନିଶ୍ଚୟ ଅତିଶୟ ଭ୍ରାନ୍ତ କରିଅଛ; ଯେହେତୁ ଖଡ୍ଗ ପ୍ରାଣକୁ ଆଘାତ କରୁଅଛି।”


ଏଥିଉତ୍ତାରେ ଯିରିମୀୟ ଏହିସବୁ କଥା, ଅର୍ଥାତ୍‍, ଯେଉଁ ସକଳ କଥା ସମଗ୍ର ଲୋକଙ୍କୁ କହିବା ନିମନ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ସେମାନଙ୍କ ନିକଟକୁ ତାଙ୍କୁ ପଠାଇଥିଲେ, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେହି ସକଳ କଥା କହିବାର ସମାପ୍ତ କରନ୍ତେ,


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ ?


ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି।


ସଦାପ୍ରଭୁ ଏହି କଥା କହନ୍ତି ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି,” ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।


ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।


ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।


ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।


ଯେ ଈଶ୍ୱରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ୱରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ୱର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ ।


ଆଉ ଦେଖ, ଯେବେ ତାହା ଆପଣା ସୀମାସ୍ଥ ପଥ ଦେଇ ବେଥ୍-ଶେମଶକୁ ଯାଏ, ତେବେ ସେ ଆମ୍ଭମାନଙ୍କ ପ୍ରତି ଏହି ମହା ଅମଙ୍ଗଳ ଘଟାଇଅଛନ୍ତି, ମାତ୍ର ଯେବେ ନ ଯାଏ, ତେବେ ଆମ୍ଭେମାନେ ଜାଣିବୁ ଯେ, ତାହାଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ; ତାହା ଘଟଣାକ୍ରମେ ଆମ୍ଭମାନଙ୍କୁ ଘଟିଅଛି।


Lean sinn:

Sanasan


Sanasan