Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 5:26 - ଓଡିଆ ବାଇବେଲ

26 କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

26 କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

26 କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ କେତେକ ଦୁଷ୍ଟ ଲୋକ ଅଛନ୍ତି। ସେମାନେ ବ୍ୟାଧ ତୁଲ୍ୟ ଫାଶ ବସାନ୍ତି ଓ ଲୋକମାନଙ୍କୁ ସେହି ଫାନ୍ଦରେ ପକାନ୍ତି।

Faic an caibideil Dèan lethbhreac




ଯିରିମୀୟ 5:26
16 Iomraidhean Croise  

ସେମାନେ ଯଦି କହନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ହତ୍ୟା କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ;


ତୁମ୍ଭେ ଯେଉଁ ସମୟରେ ହଠାତ୍‍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ, ସେହି ସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ; କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତି ଓ ମୋ’ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।


ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖିବ ?”


ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ । ପୁଣି, ଯୀଶୁ ଶିମୋନଙ୍କୁ କହିଲେ, ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ ।


କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।


ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।


ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍‍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ।


ସେମାନଙ୍କର ଜିହ୍ୱା ପ୍ରାଣନାଶକ ତୀର ସ୍ୱରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି।”


ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ ? କାରଣ ସେମାନେ ମୋ’ ପ୍ରାଣ ପାଇଁ ଗର୍ତ୍ତ ଖୋଳିଅଛନ୍ତି। ମୁଁ ସେମାନଙ୍କଠାରୁ ତୁମ୍ଭର ପ୍ରଚଣ୍ଡ କ୍ରୋଧ ଫେରାଇବା ନିମନ୍ତେ ସେମାନଙ୍କ ପକ୍ଷରେ ମଙ୍ଗଳଜନକ କଥା କହିବା ପାଇଁ କିପରି ତୁମ୍ଭ ସମ୍ମୁଖରେ ଠିଆ ହେଲି, ଏହା ସ୍ମରଣ କର।


ଦୁଷ୍ଟର ଗୃହରେ କି ଏବେ ହେଁ ଦୁଷ୍ଟତାର ଭଣ୍ଡାର ଓ ଘୃଣାଯୋଗ୍ୟ ସାନ ଐଫା ଅଛି ?


ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।


Lean sinn:

Sanasan


Sanasan