Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 5:7 - ଓଡିଆ ବାଇବେଲ

7 ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା ? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ୱର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ଆମ୍ଭେ କିରୂପେ ତୁମ୍ଭକୁ କ୍ଷମା କରି ପାରିବା? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ଵର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 “ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ୱର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

7 ପରମେଶ୍ୱର ପୁଣି କହିଲେ, “ହେ ଯିହୁଦା, ତୁମ୍ଭେ ଗୋଟିଏ କାରଣ ଦିଅ, ଆମ୍ଭେ ତୁମ୍ଭକୁ କାହିଁକି କ୍ଷମା କରିବା? ତୁମ୍ଭର ସନ୍ତାନମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି। ଯେଉଁମାନେ ଈଶ୍ୱର ନୁହନ୍ତି ସେମାନେ ସେମାନଙ୍କ ନାମରେ ଶପଥ କରିଛନ୍ତି। ଆମ୍ଭେ ସେମାନଙ୍କୁ ସମସ୍ତ ଭୋଜନ ଦେଇ ପରିତୃପ୍ତ କରାଇଲେ ମଧ୍ୟ ସେମାନେ ବ୍ୟଭିଗ୍ଭରୀ ହେଲେ। ସେମାନେ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ବହୁ ସମୟ ଅତିବାହିତ କଲେ।

Faic an caibideil Dèan lethbhreac




ଯିରିମୀୟ 5:7
39 Iomraidhean Croise  

ତୁମ୍ଭେମାନେ କି ସଦାପ୍ରଭୁଙ୍କ ଯାଜକ ହାରୋଣଙ୍କର ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ତଡ଼ିଦେଇ ଅନ୍ୟ ଦେଶସ୍ଥ ଗୋଷ୍ଠୀମାନଙ୍କ ରୀତି ଅନୁସାରେ ଆପଣମାନଙ୍କ ପାଇଁ ଯାଜକ ନିଯୁକ୍ତ କରି ନାହଁ ? ଏଣୁ ଯେକେହି ଆପଣାର ପଦ-ନିଯୋଗାର୍ଥେ ଏକ ଗୋବତ୍ସ ଓ ସାତ ମେଷ ନେଇ ଆସେ, ସେ ଏହି ଅନୀଶ୍ୱରମାନଙ୍କର ଯାଜକ ହୋଇପାରେ।


କାରଣ ତାହା ସର୍ବନାଶକ ଗ୍ରାସକାରୀ ଅଗ୍ନି ଓ ମୋ’ ସର୍ବସ୍ୱର ମୂଳୋତ୍ପାଟିତ କରନ୍ତା।


ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ।


ଆଉ, ସେମାନେ ଯେପରି ବାଲ୍‍ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେପରି ସଦାପ୍ରଭୁ ଜୀବିତ ବୋଲି, ଆମ୍ଭ ନାମରେ ଶପଥ କରିବା ପାଇଁ ଯଦି ଆମ୍ଭ ଲୋକମାନଙ୍କର ଆଚରଣ ଯତ୍ନପୂର୍ବକ ଶିଖିବେ, ତେବେ ସେମାନେ ଆମ୍ଭ ଲୋକମାନଙ୍କ ମଧ୍ୟରେ ସ୍ଥାପିତ ହେବେ।


ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟକର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ ?


ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି।


ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ୱର ନିର୍ମାଣ କରିବ ? ସେ ତ ଈଶ୍ୱର ନୁହେଁ।


ଦେବତାମାନେ ଈଶ୍ୱର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି ? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।”


ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, “ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ ?


କାରଣ ଦେଶ ବ୍ୟଭିଚାରୀଗଣରେ ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।


ମାତ୍ର ଆମ୍ଭେ କହିଲୁ, “ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା ?” ପୁଣି, ଆମ୍ଭେ କହିଲୁ, “ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍‍ଗମନରୁ ବିମୁଖ ହେବ ନାହିଁ।”


ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।


ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରିବ,


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି !


ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥା’ନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି ! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।


ଆମ୍ଭେମାନେ ଆଜ୍ଞା-ଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ।


ପୁଣି, କେହି କେହି ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ପୁଣି, ଅନ୍ୟ କେହି କେହି ଲମ୍ପଟତାପୂର୍ବକ ଆପଣା ପୁତ୍ରବଧୂକୁ ଅଶୁଚି କରିଅଛନ୍ତି; ଆଉ, ତୁମ୍ଭ ମଧ୍ୟରେ ଅନ୍ୟ କେହି କେହି ଆପଣା ଆପଣା ଭଗିନୀକୁ, ଆପଣା ପିତାର କନ୍ୟାକୁ ବଳାତ୍କାର କରିଅଛନ୍ତି।


ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା ? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା ? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା ? ଆମ୍ଭେ କିପରି ତୁମ୍ଭକୁ ସବୋୟୀମର ନଗରୀ ତୁଲ୍ୟ ରଖିବା ? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।


ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରି ଅଛନ୍ତି।


ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।


ସେମାନେ ସମସ୍ତେ ବ୍ୟଭିଚାରୀ; ସେମାନେ ରୁଟି ପ୍ରସ୍ତୁତକାରୀ ଦ୍ୱାରା ଉତ୍ତପ୍ତ ତନ୍ଦୁର ସ୍ୱରୂପ; ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ ସେ ଅଗ୍ନି ପ୍ରଜ୍ୱଳିତ କରିବାରୁ ନିବୃତ୍ତ ହୁଏ।


ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।


ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, ହେ ଦାନ୍‍, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ ଓ ବେର୍‍ଶେବାର ଦେବତା ଜୀବିତ ଥିବା ପ୍ରମାଣେ, ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ।”


ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍‍କମ୍‍ ନାମରେ ଶପଥ କରି ପ୍ରଣାମ କରନ୍ତି;


“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଅବା, ଅଧାର୍ମିକମାନେ ଯେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ


ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ୱର ବିନା ଦ୍ୱିତୀୟ ନାହିଁ ।


ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ୱରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ୱର ନୁହଁନ୍ତି, ସେମାନଙ୍କର ଦାସ ଥିଲ;


ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।


ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା।


ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ ।


ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ୱରଙ୍କର ଶତ୍ରୁତା, ଏହା କ'ଣ ଜାଣ ନାହିଁ ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ୱରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ ।


ପୁଣି ସେହି ଗୋଷ୍ଠୀୟମାନଙ୍କର ଯେ ଅବଶିଷ୍ଟ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ସେମାନଙ୍କ ମଧ୍ୟରେ ପ୍ରବେଶ ନ କର; କି ସେମାନଙ୍କ ଦେବତାମାନଙ୍କ ନାମ ଉଚ୍ଚାରଣ ନ କର, କି ସେମାନଙ୍କ ନାମରେ ଶପଥ ନ କରାଅ, କି ସେମାନଙ୍କ ସେବା ନ କର, କିଅବା ସେମାନଙ୍କୁ ପ୍ରଣାମ ନ କର।


Lean sinn:

Sanasan


Sanasan