ଯିରିମୀୟ 51:5 - ଓଡିଆ ବାଇବେଲ5 କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)5 କାରଣ ଇସ୍ରାଏଲର ଧର୍ମସ୍ଵରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ହେଁ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ଵାରା ପରିତ୍ୟକ୍ତ ହୋଇ ନାହାନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି। Faic an caibideilପବିତ୍ର ବାଇବଲ5 ଇସ୍ରାଏଲ ଓ ଯିହୁଦାର ଲୋକମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି। ସେମାନେ ଯଦିଓ ତାଙ୍କର ବିରୁଦ୍ଧାଚରଣ କରି ତାଙ୍କୁ ପରିତ୍ୟାଗ କରିଛନ୍ତି, ତଥାପି ସେ ଧର୍ମସ୍ୱରୂପ ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି। Faic an caibideil |
କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।
ସଦାପ୍ରଭୁ କହନ୍ତି, “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହିସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”
ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ? ଏହି ସ୍ଥାନରେ ଯିହୁଦା-ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।