ଯିରିମୀୟ 7:13 - ଓଡିଆ ବାଇବେଲ13 ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ; Faic an caibideilପବିତ୍ର ବାଇବଲ (Re-edited) - (BSI)13 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ; Faic an caibideilପବିତ୍ର ବାଇବଲ13 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହିସବୁ ଦୁଷ୍କର୍ମ କରିଅଛ। ମୁଁ ତୁମ୍ଭମାନଙ୍କୁ ବାରମ୍ବାର କହିଲି, କିନ୍ତୁ ତୁମ୍ଭେମାନେ ମୋ’ କଥା ଶୁଣିଲ ନାହିଁ। ମୁଁ ତୁମ୍ଭମାନଙ୍କୁ ଡାକିଲି, କିନ୍ତୁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ। Faic an caibideil |
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା ? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା ? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।
ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ।
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”