Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 7:22 - ଓଡିଆ ବାଇବେଲ

22 କାରଣ ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ, ସେହି ଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ କହିଲୁ ନାହିଁ କି ଆଜ୍ଞା ଦେଲୁ ନାହିଁ;’

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

22 କାରଣ ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ, ସେହି ଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ କହିଲୁ ନାହିଁ କି ଆଜ୍ଞା ଦେଲୁ ନାହିଁ

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କାରଣ ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ, ସେହି ଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ କହିଲୁ ନାହିଁ କି ଆଜ୍ଞା ଦେଲୁ ନାହିଁ;

Faic an caibideil Dèan lethbhreac

ପବିତ୍ର ବାଇବଲ

22 ଯେଉଁ ଦିନ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭେ ମିଶରରୁ ବାହାର କରି ଆଣିଲୁ, ସେଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ ସେମାନଙ୍କୁ କିଛି କହି ନ ଥିଲୁ କିଅବା ଆଜ୍ଞା ଦେଇ ନ ଥିଲୁ।

Faic an caibideil Dèan lethbhreac




ଯିରିମୀୟ 7:22
9 Iomraidhean Croise  

ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ।


କାରଣ ଆମ୍ଭ ସାକ୍ଷାତରେ ଯାହା ମନ୍ଦ, କେବଳ ତାହା ହିଁ ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଆପଣା ଆପଣାର ବାଲ୍ୟକାଳରୁ କରି ଆସୁଅଛନ୍ତି; ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ କେବଳ ବିରକ୍ତ କରିଅଛନ୍ତି,” ଏହା ସଦାପ୍ରଭୁ କହନ୍ତି।


କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ।


କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି ।


ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମ ଓ ବଳିଦାନ ଅପେକ୍ଷା ଗୁରୁତର ।


ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକୁୁ ପୂଜା କରିଥାଏ;


ତହିଁରେ ଶାମୁୟେଲ କହିଲେ, ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।


Lean sinn:

Sanasan


Sanasan