Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 9:5 - ଓଡିଆ ବାଇବେଲ

5 ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇ ଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ଵାକୁ ମିଥ୍ୟା କହିବା ପାଇଁ ଶିଖାଇ ଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ପ୍ରବଞ୍ଚନା କରିବେ ଓ ସତ୍ୟ କଥା କହିବେ ନାହିଁ; ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇଅଛନ୍ତି; ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ସେମାନେ ପ୍ରତ୍ୟେକ ଆପଣା ପ୍ରତିବାସୀକୁ ପ୍ରବଞ୍ଚନା କରିବେ ଓ କେବେ ସତ୍ୟକଥା କହିବେ ନାହିଁ। ସେମାନେ ମିଥ୍ୟା କହିବାକୁ ନିଜ ନିଜ ଜିହ୍ୱାକୁ ଶିଖାଇଅଛନ୍ତି। ଥକିବା ପର୍ଯ୍ୟନ୍ତ ସେମାନେ ମନ୍ଦକର୍ମ କରନ୍ତି।

Faic an caibideil Dèan lethbhreac




ଯିରିମୀୟ 9:5
32 Iomraidhean Croise  

ପୁଣି, ଦ୍ୱାର ନିକଟବର୍ତ୍ତୀ ସାନ ଓ ବଡ଼ ସମସ୍ତଙ୍କୁ ଅନ୍ଧ କରାଇଲେ; ତହିଁରେ ସେମାନେ ଦ୍ୱାର ଖୋଜୁ ଖୋଜୁ ପରିଶ୍ରାନ୍ତ ହେଲେ।


ତୁମ୍ଭର ଦର୍ପ କ’ଣ ଲୋକମାନଙ୍କୁ ନୀରବ କରିବ ? ଓ ତୁମ୍ଭେ ପରିହାସ କଲେ, କେହି କ’ଣ ତୁମ୍ଭକୁ ଲଜ୍ଜିତ କରିବ ନାହିଁ ?


କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି ଓ ତୁମ୍ଭେ ଧୂର୍ତ୍ତର ଜିହ୍ୱା ପସନ୍ଦ କରୁଅଛ।


ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। [ସେଲା]


ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ।


ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। [ସେଲା]


ସେମାନେ ଖଡ୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି


ଦେଖ, ସେ ଅଧର୍ମରୂପ ପ୍ରସବ-ବେଦନାରେ ଆକ୍ରାନ୍ତ ହେଉଅଛି; ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା।


ଧାର୍ମିକମାନଙ୍କର ସଂକଳ୍ପ ଯଥାର୍ଥ; ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ।


ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।


ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶଗଡ଼ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର !


ତୁମ୍ଭେ ଆପଣା ମାର୍ଗର ଦୀର୍ଘତା ହେତୁ କ୍ଳାନ୍ତ ହୋଇଥିଲ, ତଥାପି ଆଉ ଭରସା ନାହିଁ ବୋଲି କହିଲ ନାହିଁ; ତୁମ୍ଭର ବଳ ସତେଜ ହେଲା ବୋଲି ବୋଧ ପାଇଲ, ଏଥିପାଇଁ ତୁମ୍ଭେ କ୍ଳାନ୍ତ ହେଲ ନାହିଁ।


ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ।


କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇ ଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ।


କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ ?


କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳାନ୍ତ ହେବେ।”


ଆଉ, ତୁମ୍ଭେ କହିବ, ‘ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳାନ୍ତ ହେବେ।’ ଯିରିମୀୟଙ୍କ ବାକ୍ୟ ଏତିକି।”


ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ଯେଉଁମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ ଓ ଶିକ୍ଷା ଗ୍ରହଣ କରି ନାହାନ୍ତି, ସେମାନେ ଏହି ଗୋଷ୍ଠୀ; ସତ୍ୟତା ଲୁପ୍ତ ଓ ତାହା ସେମାନଙ୍କ ମୁଖରୁ ଉଚ୍ଛିନ୍ନ ହୋଇଅଛି।


ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, “ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ,” ଏହା ସଦାପ୍ରଭୁ କହନ୍ତି।


ସେମାନଙ୍କର ଜିହ୍ୱା ପ୍ରାଣନାଶକ ତୀର ସ୍ୱରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି।”


ସେ ପରିଶ୍ରମ କରି କରି ଆପଣାକୁ କ୍ଳାନ୍ତ କରିଅଛି; ତଥାପି ତାହାର ମହାକଳଙ୍କ ତାହା ମଧ୍ୟରୁ ଯାଏ ନାହିଁ; ତାହାର କଳଙ୍କ ଅଗ୍ନି ଦ୍ୱାରା ଯାଏ ନାହିଁ।


ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ।


ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କ’ଣ କରିଅଛୁ ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ।


ଦେଖ, ଜନବୃନ୍ଦ ଅଗ୍ନିର ନିମନ୍ତେ ପରିଶ୍ରମ କରନ୍ତି ଓ ଗୋଷ୍ଠୀଗଣ ଅସାରତାର ନିମନ୍ତେ ଆପଣାମାନଙ୍କୁ କ୍ଳାନ୍ତ କରନ୍ତି, ଏହା କି ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ ନାହିଁ ?


ଆମ୍ଭ ସମସ୍ତଙ୍କର କି ଏକ ପିତା ନାହାନ୍ତି ? ଏକ ପରମେଶ୍ୱର କି ଆମ୍ଭମାନଙ୍କୁ ସୃଷ୍ଟି କରି ନାହାନ୍ତି ? ଆମ୍ଭେମାନେ ଆପଣାମାନଙ୍କ ପିତାଙ୍କର ନିୟମ ଅପବିତ୍ର କରି ପ୍ରତ୍ୟେକ ଲୋକ କାହିଁକି ଆପଣା ଆପଣା ଭ୍ରାତା ପ୍ରତି ବିଶ୍ୱାସଘାତକତା କରୁଅଛୁ ?


ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ ।


ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ;


ପୁଣି ସେହି ପିଢ଼ିର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ; ସେମାନଙ୍କ ପରେ ଯେଉଁ ପିଢ଼ିର ଲୋକମାନେ ସଦାପ୍ରଭୁଙ୍କୁ ଜାଣି ନ ଥିଲେ, କି ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କର କୃତକର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ।


Lean sinn:

Sanasan


Sanasan