Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 4:5 - ଓଡିଆ ବାଇବେଲ

5 ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନ ମଧ୍ୟକୁ ଯାଅ ଓ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଇସ୍ରାଏଲ ସନ୍ତାନଗଣର ବଂଶ ସଂଖ୍ୟାନୁସାରେ ଏକ ଏକ ପଥର ଆପଣା ଆପଣା କାନ୍ଧରେ ଘେନ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନ ମଧ୍ୟକୁ ଯାଅ ଓ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଇସ୍ରାଏଲ-ସନ୍ତାନଗଣର ବଂଶ ସଂଖ୍ୟାନୁସାରେ ଏକ ଏକ ପଥର ଆପଣା ଆପଣା କାନ୍ଧରେ ଘେନ;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନ ମଧ୍ୟକୁ ଯାଅ ଓ ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଇସ୍ରାଏଲ-ସନ୍ତାନଗଣର ବଂଶ ସଂଖ୍ୟାନୁସାରେ ଏକ ଏକ ପଥର ଆପଣା ଆପଣା କାନ୍ଧରେ ଘେନ;

Faic an caibideil Dèan lethbhreac

ପବିତ୍ର ବାଇବଲ

5 ଯିହୋଶୂୟ ସେହି ବାର ଜଣ ଲୋକଙ୍କୁ କହିଲେ, “ଯର୍ଦ୍ଦନ ନଦୀର ମଝିକୁ ଯାଅ ଯେଉଁଠାରେ ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ଠିଆ ହୋଇ ଥିଲେ, ତୁମ୍ଭେମାନେ ବାରଟି ଶିଳାଖଣ୍ତ ପାଇବା ଉଚିତ୍। ସେଠାରୁ ତୁମ୍ଭେମାନେ ପ୍ରତ୍ୟେକେ ଗୋଟିଏ ଲେଖାଏଁ ଶିଳା ତୁମ୍ଭ କାନ୍ଧରେ ବହି ଆଣିବ।

Faic an caibideil Dèan lethbhreac




ଯିହୋଶୂୟ 4:5
7 Iomraidhean Croise  

ପୁଣି, ଯାକୁବ ଆପଣା କୁଟୁମ୍ବମାନଙ୍କୁ କହିଲା, “ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର; ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟାଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ।


ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି, ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶାନୁସାରେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ।


ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ଯେଉଁ ଦିନ ଯର୍ଦ୍ଦନ ପାର ହୋଇ ସେଠାରେ ଉପସ୍ଥିତ ହେବ, ସେହି ଦିନ ଆପଣା ନିମନ୍ତେ କେତେକ ବୃହତ ପ୍ରସ୍ତର ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।


ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;


ପୁଣି ଯେତେବେଳେ ରୁବେନ୍‍-ସନ୍ତାନଗଣ ଓ ଗାଦ୍‍ ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼।


ତେବେ ଯିହୋଶୂୟ ଇସ୍ରାଏଲ ସନ୍ତାନଗଣର ପ୍ରତ୍ୟେକ ବଂଶରୁ ଏକ ଏକ ଜଣ କରି ଯେଉଁ ବାର ଜଣ ନିରୂପଣ କରିଥିଲେ, ସେମାନଙ୍କୁ ଡାକିଲେ;


ତାହା ତୁମ୍ଭମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପ ହେବ, ପୁଣି ତୁମ୍ଭମାନଙ୍କର ଏସବୁ ପଥର କ’ଣ ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଏହା ପଚାରିଲେ,


Lean sinn:

Sanasan


Sanasan