Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 7:2 - ଓଡିଆ ବାଇବେଲ

2 ଯେଉଁ ସ୍ଥାନରେ ଲୋକମାନେ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ; ପୁଣି, ଯାଜକ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଯେଉଁ ସ୍ଥାନରେ ଲୋକମାନେ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ; ପୁଣି, ଯାଜକ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ପ୍ରୋକ୍ଷଣ କରିବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେଉଁ ସ୍ଥାନରେ ଲୋକମାନେ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ; ପୁଣି, ଯାଜକ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ଯେଉଁ ସ୍ଥାନରେ ଯାଜକ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ। ତା'ପରେ ଯାଜକ ସେହି ବଳିର ରକ୍ତ ନେଇ ଯଜ୍ଞବେଦି ଗ୍ଭରିପାଖରେ ଛିଞ୍ଚିବ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 7:2
22 Iomraidhean Croise  

ସେହିପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।


ଆଉ, ତହିଁ ଉପରେ ହୋମାର୍ଥକ, ପାପାର୍ଥକ ଓ ଦୋଷାର୍ଥକ ବଳି ବଧ କରିବା ପାଇଁ ଦ୍ୱାର ବାରଣ୍ଡାର ଏପାଖରେ ଦୁଇ ମେଜ ଓ ସେପାଖରେ ଦୁଇ ମେଜ ଥିଲା।


ତେବେ ସେ ନିଖୁନ୍ତ ପୁଂ ପଶୁ ଘେନି ସଦାପ୍ରଭୁଙ୍କ ସମ୍ମୁଖରେ ଯଜ୍ଞବେଦିର ଉତ୍ତର ଦିଗରେ ବଧ କରିବ; ପୁଣି ହାରୋଣର ପୁତ୍ର ଯାଜକଗଣ ବେଦିର ଉପର ଚତୁର୍ଦ୍ଦିଗରେ ତାହାର ରକ୍ତ ଛିଞ୍ଚିବେ।


ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂ ପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।


ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।


ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର ଅଟେ।


ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ।


ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।


ପୁଣି, ସେ ସେହି ଛାଗର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ; ତାହା ପାପାର୍ଥକ ବଳିଦାନ।


ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ।


ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକୁ ବଧ କରିବ।


ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ବ୍ୟତୀତ ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷ ବଳି ଦ୍ୱାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ଆଉ, ଯଦି ସେ ମେଷବତ୍ସା ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ କପୋତ ବା ଦୁଇ ପାରାଛୁଆ ଆଣି ତହିଁରୁ ଗୋଟିଏକୁ ପାପ ନିମନ୍ତେ ଓ ଅନ୍ୟଟିକୁ ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ୱରେ ଛିଞ୍ଚିବ, ପୁଣି ଅବଶିଷ୍ଟ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ।


“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର।


ତହୁଁ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଯେକୌଣସି କର୍ମ ଦ୍ୱାରା ଦୋଷୀ ହୋଇଥାଏ, ତହିଁରୁ କ୍ଷମାପ୍ରାପ୍ତ ହେବ।”


ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ହୋଇ ରହିବା ଦିନମାନ ପୃଥକ୍ କରିବ, ପୁଣି, ଦୋଷାର୍ଥକ ବଳି ନିମନ୍ତେ ଏକବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ; ମାତ୍ର ପୂର୍ବ ଦିନସବୁ ବୃଥା ହେବ, କାରଣ ତାହାର ପୃଥକ‍କରଣ ଅଶୁଚି ହେଲା।


ବିଶ୍ୱାସ ଦ୍ୱାରା ସେ ନିସ୍ତାର ପର୍ବ ଓ ରକ୍ତ ସେଚନ ବିଧି ପାଳନ କଲେ, ଯେପରି ପ୍ରଥମଜାତମାନଙ୍କର ସଂହାରକ ସେମାନଙ୍କୁ ସ୍ପର୍ଶ ନ କରନ୍ତି ।


ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ ।


ପିତା ଈଶ୍ୱରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି । ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ ।


Lean sinn:

Sanasan


Sanasan