Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 1:16 - ଓଡିଆ ବାଇବେଲ

16 ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ଏମାନେ ମଣ୍ତଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

16 ଏମାନେ ହେଉଛନ୍ତି ସେହି ଲୋକ ସମାଜ ମଧ୍ୟରୁ ବଛା ଯାଇଛନ୍ତି। ସେମାନେ ସେମାନଙ୍କର ପିତାଙ୍କର ପରିବାରବର୍ଗର ନେତା ଆଉ ଇସ୍ରାଏଲର ବିଭାଗର ନେତା ଥିଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 1:16
20 Iomraidhean Croise  

ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍‍, ପରମେଶ୍ୱରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି, ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶତ୍‍ପତି ଓ ଦଶପତି ରୂପେ ନିଯୁକ୍ତ କର।


ପୁଣି, ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍‍, ସହସ୍ରପତି, ଶତପତି, ପଚାଶତ୍‍ପତି ଓ ଦଶପତି ରୂପେ ନିଯୁକ୍ତ କଲେ।


ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦି କାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


ନପ୍ତାଲି ବଂଶର; ଐନନର ପୁତ୍ର ଅହୀର।


ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ।


ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍‍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ।


ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍‍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ।


ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।


ପୁଣି, ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ସୁଖ୍ୟାତିମନ୍ତ ଓ ସମାଜକୁ ଆହୂତ ମଣ୍ଡଳୀର ଦୁଇ ଶହ ପଚାଶ ଅଧିପତିଙ୍କ ସହିତ ମୋଶାଙ୍କ ବିରୁଦ୍ଧରେ ଉଠିଲେ।


ସେହି ଇଲୀୟାବ୍‍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ୍‍; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ୍‍ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ।


ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନମାନଙ୍କ ବଂଶର ପ୍ରଧାନବର୍ଗଙ୍କୁ କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।


ସେହିଦିନ ଇସ୍ରାଏଲର ଅଧିପତିଗଣ, ସେମାନଙ୍କ ପିତୃଗୃହର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶସମୂହର ଅଧିପତି ଥିଲେ ଓ ଗଣିତ ଲୋକମାନଙ୍କ ଉପରେ ନିଯୁକ୍ତ ଥିଲେ।


ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶତପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି।


ତହୁଁ ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ କାହିଁରେ ଇସ୍ରାଏଲକୁ ଉଦ୍ଧାର କରିବି ? ଦେଖ, ମନଃଶି (ବଂଶ) ମଧ୍ୟରେ ମୋହର ପରିବାର ସବୁଠାରୁ କ୍ଷୀଣ, ପୁଣି ମୋ’ ପିତୃଗୃହ ମଧ୍ୟରେ ମୁଁ ସବୁଠୁଁ କନିଷ୍ଠ।


ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କ’ଣ ତୁମ୍ଭମାନଙ୍କ ପ୍ରତିଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କ’ଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ,


ଏହେତୁ ଯେ ଯେ ଲୁଚିବା ସ୍ଥାନରେ ସେ ଆପଣାକୁ ଲୁଚାଏ, ସେସବୁ ଦେଖି ବୁଝ ଓ ତୁମ୍ଭେମାନେ ମୋ’ କତିକି ନିଶ୍ଚୟ ଫେରି ଆସ, ତହିଁରେ ମୁଁ ତୁମ୍ଭମାନଙ୍କ ସଙ୍ଗେ ଯିବି; ସେ ଯେବେ ଦେଶରେ ଥାଏ, ତେବେ ମୁଁ ଯିହୁଦାର ସମୁଦାୟ ସହସ୍ର ମଧ୍ୟରେ ତାହାକୁ ଖୋଜିବି।


Lean sinn:

Sanasan


Sanasan