Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 17:7 - ଓଡିଆ ବାଇବେଲ

7 ତହୁଁ ମୋଶା ସାକ୍ଷ୍ୟତମ୍ବୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ମୋଶା ସାକ୍ଷ୍ୟତମ୍ଵୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ମୋଶା ସାକ୍ଷ୍ୟ-ତମ୍ବୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

7 ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖର ନିୟମ ତମ୍ବୁରେ ସମସ୍ତ ସହଯୋଗୀମାନଙ୍କୁ ରଖିଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 17:7
9 Iomraidhean Croise  

ଲେବୀୟ ଲୋକମାନଙ୍କର କାର୍ଯ୍ୟ ନିମନ୍ତେ ହାରୋଣ ଯାଜକଙ୍କର ପୁତ୍ର ଈଥାମରଙ୍କ ଦ୍ୱାରା ମୋଶାଙ୍କର ଆଜ୍ଞାନୁସାରେ ଆବାସର, ଅର୍ଥାତ୍‍, ସାକ୍ଷ୍ୟରୂପେ ଆବାସର ଗଣନୀୟ ବସ୍ତୁ ସମୂହର ଏହି ଗଣନା କରାଗଲା।


ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ, ତହିଁର ସକଳ ଦ୍ରବ୍ୟ ଓ ତତ୍‍ସମ୍ବନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ।


ମାତ୍ର ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।


ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।


ଆଉ ସମାଗମ-ତମ୍ବୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେହିସବୁ ରଖିବ।


ଏଥିରେ ମୋଶା ଇସ୍ରାଏଲ ସନ୍ତାନଗଣକୁ କହନ୍ତେ, ସେମାନଙ୍କର ଅଧ୍ୟକ୍ଷ ସମସ୍ତେ ଆପଣା ଆପଣା ପିତୃଗୃହ ଅନୁସାରେ ପ୍ରତ୍ୟେକ ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ତାଙ୍କୁ ଦେଲେ; ପୁଣି, ହାରୋଣଙ୍କର ଯଷ୍ଟି ସେମାନଙ୍କ ଯଷ୍ଟିସକଳର ମଧ୍ୟରେ ଥିଲା।


ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍‍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟତମ୍ବୁ ସମ୍ମୁଖରେ ରହିବ।


ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହିଦିନ ମେଘ ଆବାସକୁ, ଅର୍ଥାତ୍‍, ସାକ୍ଷ୍ୟତମ୍ବୁକୁ ଆଚ୍ଛାଦନ କଲା; ପୁଣି, ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା


ତୁମ୍ଭେ ଯେଉଁ ଆଦର୍ଶ ଦେଖିଅଛ, ତଦନୁସାରେ ସାକ୍ଷ୍ୟ ତମ୍ବୁ ନିର୍ମାଣ କର ବୋଲି ମୋଶାଙ୍କୁ ଯେ କହିଥିଲେ, ତାହାଙ୍କ ଆଦେଶ ଅନୁଯାୟୀ ଆମ୍ଭମାନଙ୍କ ପିତୃପୁରୁଷମାନେ ପ୍ରାନ୍ତରରେ ସାକ୍ଷ୍ୟ ତମ୍ବୁ ପାଇଥିଲେ ।


Lean sinn:

Sanasan


Sanasan