Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 27:3 - ଓଡିଆ ବାଇବେଲ

3 “ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି, ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 “ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି, ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

3 “ଆମ୍ଭମାନଙ୍କ ପିତା ମରୁଭୂମିରେ ମୃତ୍ୟୁବରଣ କଲେ। ତାଙ୍କର ନିଜ ପାପ ନିମନ୍ତେ ସେ ମୃତ୍ୟୁବରଣ କଲେ। ସେହିମାନଙ୍କ ମଧ୍ୟରୁ ଜଣେ ନ ଥିଲେ, ଯେଉଁମାନେ କୋରହ ଦଳରେ ସଦାପ୍ରଭୁଙ୍କ ବିରୁଦ୍ଧରେ ନେତୃତ୍ୱ ନେଇଥିଲେ। ତାଙ୍କର ପୁତ୍ର ନ ଥିଲା।

Faic an caibideil Dèan lethbhreac




ଗଣନା ପୁସ୍ତକ 27:3
16 Iomraidhean Croise  

ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।


ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଆମ୍ଭ ବିରୁଦ୍ଧରେ ଯେଉଁ ଦୁଷ୍ଟ ମଣ୍ଡଳୀ ଏକତ୍ରିତ ହୋଇଅଛି, ତାହା ପ୍ରତି ଆମ୍ଭେ ତାହା ନିଶ୍ଚୟ କରିବା, ପୁଣି, ସେମାନେ ଏହି ପ୍ରାନ୍ତରରେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ।”


ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।


ଯେଉଁମାନେ କୋରହର କଥା ସକାଶୁ ମରିଥିଲେ, ସେମାନଙ୍କ ବ୍ୟତୀତ ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ।


ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍‍ଲା, ମିଲ୍‍କା ଓ ତିର୍ସା।


ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,


ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କାହିଁକି ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।”


ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ ।


ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ ।


ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ ।


ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ ।


କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ ।


Lean sinn:

Sanasan


Sanasan