Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 4:12 - ଓଡିଆ ବାଇବେଲ

12 ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକ ଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

12 “ତା'ପରେ ସେମାନେ ସେବାର୍ଥକ ସମସ୍ତ ପବିତ୍ର ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ଗୁଡ଼ାଇ ରଖିବେ। ସେମାନେ ତାହାକୁ ଶିଶୁକଚର୍ମର ଆଚ୍ଛାଦନ କରିବେ ଏବଂ ତା'ପରେ ତାହାକୁ ଗୋଟିଏ ଖୁଣ୍ଟରେ ରଖିବେ।

Faic an caibideil Dèan lethbhreac




ଗଣନା ପୁସ୍ତକ 4:12
16 Iomraidhean Croise  

ଆଉ ସେମାନଙ୍କର କେତେକ ଲୋକ ସେବାର୍ଥକ ପାତ୍ରସବୁ ରକ୍ଷା କରିବାକୁ ନିଯୁକ୍ତ ଥିଲେ; କାରଣ ସେହି ପାତ୍ରସବୁ ସଂଖ୍ୟାନୁସାରେ ଭିତରକୁ ଅଣାଗଲା ଓ ବାହାରକୁ ନିଆଗଲା।


ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ, ସକଳ ପାତ୍ର, ସରୁ ମଇଦା, ଦ୍ରାକ୍ଷାରସ, ତୈଳ, କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷା କାର୍ଯ୍ୟରେ ନିଯୁକ୍ତ ଥିଲେ।


ଆଉ ହୂରମ୍‍ ପାତ୍ର ଓ କୋଦାଳ ଓ କୁଣ୍ଡସବୁ ନିର୍ମାଣ କଲା। ଏହିରୂପେ ହୂରମ୍‍ ପରମେଶ୍ୱରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା।


ମଧ୍ୟ ତାହାର ପିତା ହୂରମ୍‍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ୱଳ ପିତ୍ତଳରେ ହାଣ୍ଡି ଓ କୋଦାଳ ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା।


ପୁଣି ଶଲୋମନ ପରମେଶ୍ୱରଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ, ମଧ୍ୟ ସ୍ୱର୍ଣ୍ଣମୟ ଯଜ୍ଞବେଦି ଓ ଦର୍ଶନୀୟ ରୁଟି ରଖିବାର ମେଜ;


ଆଉ କତୁରୀ ଓ କୁଣ୍ଡ ଓ ଚାମଚ ଓ ଅଙ୍ଗାରଧାନୀଗୁଡିକ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ୱାର ଓ ଗୃହର, ଅର୍ଥାତ୍‍, ମନ୍ଦିରର ଦ୍ୱାରସବୁ ସୁବର୍ଣ୍ଣର ଥିଲା।


ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍‍ କାଷ୍ଠ,


ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ।


ପୁଣି, ସୁଶୋଭିତ ବସ୍ତ୍ର, ଯାଜକ କର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର,


ପୁଣି, ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ।”


ପୁଣି, ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ।


ପୁଣି, ସେମାନେ ବେଦିରୁ ଭସ୍ମ କାଢ଼ି ନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ।


ଓ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦେବେ, ତହିଁ ଉତ୍ତାରେ ତହିଁର ସାଙ୍ଗୀ ଲଗାଇବେ।


ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।


ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ, ତହିଁର ପ୍ରଦୀପ, ଚିମୁଟା, ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ।


Lean sinn:

Sanasan


Sanasan