Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 1:8 - ଓଡିଆ ବାଇବେଲ

8 କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ୱର ମୋହର ସାକ୍ଷୀ ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭସମସ୍ତଙ୍କ ନିମନ୍ତେ କିପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ଵର ମୋହର ସାକ୍ଷୀ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

8 ତୁମ ସମସ୍ତଙ୍କ ପ୍ରତି ମୋର ଗଭୀର ସେନ୍ନହ ସ୍ୱୟଂ ଯୀଶୁ ଖ୍ରୀଷ୍ଟଙ୍କଠାରୁ ମୁଁ ପାଇଛି ବୋଲି ଯେତେବେଳେ ମୁଁ କହେ, ଏହା ନିରାଟ ସତ୍ୟ। ଈଶ୍ୱର ଏହାର ସାକ୍ଷୀ ଅଟନ୍ତି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ବର ମୋହର ସାକ୍ଷୀ।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ପରମେଶ୍ୱର ଜାଣନ୍ତି ଯେ ମୁଁ ତୁମ୍ଭମାନଙ୍କୁ ଦେଖିବାକୁ କେତେ ଇଚ୍ଛା କରୁଛି। ଖ୍ରୀଷ୍ଟ ଯୀଶୁଙ୍କର ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭମାନଙ୍କୁ ପ୍ରେମ କରେ।

Faic an caibideil Dèan lethbhreac




ଫିଲିପୀୟ 1:8
24 Iomraidhean Croise  

ଏବେ ମଧ୍ୟ ଦେଖ, ମୋହର ସାକ୍ଷୀ ସ୍ୱର୍ଗରେ ଅଛନ୍ତି ଓ ମୋ’ ପକ୍ଷରେ ପ୍ରମାଣଦାତା ସ୍ୱର୍ଗରେ ଅଛନ୍ତି।


ଏହି କାରଣରୁ ଆମ୍ଭର ନାଡ଼ୀ ମୋୟାବର ପାଇଁ ଓ ଆମ୍ଭର ଅନ୍ତର କୀର୍ହେରସର ପାଇଁ ବୀଣା ପରି ବାଜୁଅଛି।


ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତିସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍‍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋ’ ପ୍ରତି ନିବୃତ୍ତ ହୋଇଅଛି।


ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର ? ସେ କି ଆନନ୍ଦଦାୟୀ ବାଳକ ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେ ଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା,” ଏହା ସଦାପ୍ରଭୁ କହନ୍ତି।


ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ ଆମ୍ଭମାନଙ୍କ ପ୍ରତି ସ୍ୱର୍ଗରୁ ସୂର୍ଯ୍ୟ ଉଦୟ ହେବ,


କାରଣ ଯେପରି କୌଣସି ପ୍ରକାରେ ଏତେ ଦିନ ପରେ ଈଶ୍ୱରଙ୍କ ଇଚ୍ଛା ହେଲେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଥରେ ସୁଯୋଗ ପାଇ ପାରେ,


ମୋହର ହୃଦୟରେ ଯେ ଗଭୀର ଦୁଃଖ ଓ ନିରନ୍ତର ବେଦନା ହେଉଅଛି,


ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ ।


ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ ।


ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧିପାଇଅଛି ।


ମୁଁ ଯେଉଁ ସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ୱରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ


କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କର ସନ୍ତାନ ହୋଇଅଛ;


ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟରୂପ ହୋଇନାହିଁ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି ।


ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ,


କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ, ପୁଣି, ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ;


ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ୱରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ ।


କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାଁନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;


ଅତଏବ, ଈଶ୍ୱରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁୁତା ପରିଧାନ କର।


ତୁମ୍ଭେମାନେ ତ ଜାଣ ଯେ, ଆମ୍ଭେମାନେ କୌଣସି ପ୍ରକାର ଚାଟୁବାଦ ବ୍ୟବହାର କରି ନାହୁଁ, କିଅବା ଲୋଭର ଛଳନାତ୍ମକ ବାକ୍ୟ କହିନାହୁଁ, ଈଶ୍ୱର ଏଥିର ସାକ୍ଷୀ ।


ସେହି ପ୍ରକାରେ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ସ୍ନେହ ଥିବାରୁ ଆମ୍ଭେମାନେ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ସୁସମାଚାର କେବଳ ନୁହେଁ, ମାତ୍ର ଆପଣା ପ୍ରାଣ ଦେବାକୁ ସୁଧା ଇଚ୍ଛୁକ ଥିଲୁ, କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରିୟପାତ୍ର ହୋଇଥିଲ ।


ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥି- ନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି;


ସେ ତ ମୋହର ହୃଦୟ ସ୍ୱରୂପ; ମୁଁ ତାହାକୁ ତୁମ୍ଭ ନିକଟକୁ ଫେରାଇ ପଠାଉଅଛି ।


ହଁ, ଭାଇ, ପ୍ରଭୁଙ୍କ ସହଭାଗିତାରେ ତୁମ୍ଭ ଦ୍ୱାରା ମୋହର ଲାଭ ହେଉ, ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ୱାସନା ଦିଅ ।


କିନ୍ତୁ ଯେ ଜାଗତିକ ଭାବେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ୱରଙ୍କ ପ୍ରେମ କିପରି ରହିପାରେ ?


Lean sinn:

Sanasan


Sanasan