Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 2:13 - ଓଡିଆ ବାଇବେଲ

13 କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ୱର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ଵର ଆପଣା ମଙ୍ଗଳମୟ ସଙ୍କଳ୍ପର ସାଫଲ୍ୟ ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

13 କାରଣ ତୁମ୍ଭମାନଙ୍କୁ ତାଙ୍କର ଉଦ୍ଦେଶ୍ୟ ସାଧନ କରିବା ନିମନ୍ତେ ଇଚ୍ଛୁକ ଓ ସମର୍ଥ କରିବାକୁ ସ୍ୱୟଂ ଈଶ୍ୱର ତୁମ ମଧ୍ୟରେ ସଦା କାର୍ଯ୍ୟରତ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ବର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

13 ପରମେଶ୍ୱର ତୁମ୍ଭ ମଧ୍ୟରେ କାର୍ଯ୍ୟ କରୁଛନ୍ତି। ତାହାଙ୍କୁ ସନ୍ତୁଷ୍ଟ କଲା ଭଳି କାର୍ଯ୍ୟ କରିବା ନିମନ୍ତେ ସେ ତୁମ୍ଭକୁ ଇଚ୍ଛାଶକ୍ତି ଦିଅନ୍ତି ଓ ତାହା ସାଧନ କରିବାକୁ ଶକ୍ତି ମଧ୍ୟ ଦିଅନ୍ତି।

Faic an caibideil Dèan lethbhreac




ଫିଲିପୀୟ 2:13
39 Iomraidhean Croise  

ତାହାଙ୍କର ସମସ୍ତ ପଥରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ତାହାଙ୍କ ସମସ୍ତ ଆଜ୍ଞା, ବିଧି ଓ ଶାସନ ପାଳନ କରିବା ପାଇଁ ସେ ଆମ୍ଭମାନଙ୍କ ଅନ୍ତଃକରଣକୁ ଆପଣା ପ୍ରତି ଆକର୍ଷଣ କରନ୍ତୁ।


ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।


ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍‍ର ମନକୁ ଉଦ୍ଦୀପିତ କରନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା, ଯଥା,


ସେତେବେଳେ ଯିହୁଦାର ଓ ବିନ୍ୟାମୀନ୍‍ର ପିତୃବଂଶୀୟ ପ୍ରଧାନମାନେ, ଆଉ ଯାଜକମାନେ ଓ ଲେବୀୟମାନେ, ଅର୍ଥାତ୍‍, ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣାର୍ଥେ ଯାତ୍ରା କରିବା ପାଇଁ ପରମେଶ୍ୱର ଯେଉଁ ସମସ୍ତଙ୍କ ମନକୁ ଉଦ୍ଦୀପିତ କଲେ, ସେମାନେ ଉଠିଲେ।


ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହ ଶୋଭାନ୍ୱିତ କରିବାକୁ ରାଜାର ଅନ୍ତଃକରଣକୁ ଏରୂପ ଉଦ୍ଦୀପିତ କରିଅଛନ୍ତି,


ଏଥିରେ ରାଜା ମୋତେ କହିଲେ, “ତେବେ ତୁମ୍ଭେ କି ବିଷୟରେ ନିବେଦନ କରୁଅଛ ?” ତହୁଁ ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି।


ଦେଖ, ମନୁଷ୍ୟ ଯେପରି ଜୀବିତ ଲୋକଙ୍କ ଦୀପ୍ତିରେ ଦୀପ୍ତିମାନ ହେବ, ଏଥିପାଇଁ ଗର୍ତ୍ତରୁ ତାହାର ପ୍ରାଣ ଫେରାଇ ଆଣିବାକୁ,


ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।”


ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋ’ ଚିତ୍ତର ସ୍ନେହ ଜନ୍ମାଅ।


ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋ’ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ।


ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି।


ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ।


ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;


ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା;


ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କର ପିତାଙ୍କର ମହା ଆନନ୍ଦ ।


ଊର୍ଦ୍ଧ୍ୱଲୋକରେ ଈଶ୍ୱରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି ।


ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇ ପାରେ ନାହିଁ ।


ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ସମସ୍ତେ ଈଶ୍ୱରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ । ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋ' ନିକଟକୁ ଆସେ ।


ଆଉ ସେ କହିଲେ, ଏହି ହେତୁ ମୁଁ ତୁମ୍ଭମାନଙ୍କୁ କହିଅଛି, ପିତାଙ୍କଠାରୁ ଅନୁଗ୍ରହ ଦତ୍ତ ନ ହେଲେ କେହି ମୋ' ନିକଟକୁ ଆସି ପାରେ ନାହିଁ ।


ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ ।


କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ୍, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ୱର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର ।


ଯେତେବେଳେ ସନ୍ତାନମାନେ ଜନ୍ମ ହୋଇ ନ ଥିଲେ, ଆଉ ଭଲ କିମ୍ବା ମନ୍ଦ କିଛି କରି ନ ଥିଲେ, ସେତେବେଳେ କର୍ମ ହେତୁ ନୁହେଁ, ମାତ୍ର ଆହ୍ୱାନକାରୀଙ୍କ ଇଚ୍ଛା ହେତୁ ନିର୍ବାଚନାନୁସାରେ ଈଶ୍ୱରଙ୍କ ସଂକଳ୍ପ ଯେପରି ସ୍ଥିର ରହେ,


ଅତଏବ, ଯେ ଇଚ୍ଛା କରେ, କିମ୍ବା ଯେ ଚେଷ୍ଟା କରେ, ତାହାଠାରୁ ଏହା ହୁଏ ନାହିଁ, ମାତ୍ର ଦୟାଳୁ ଈଶ୍ୱରଙ୍କଠାରୁ ହୁଏ ।


କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ୱର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି ।


କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ୱରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋ' ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋ' ସହିତ ଥିବା ଈଶ୍ୱରଙ୍କ ଅନୁଗ୍ରହ ତାହା କରିଅଛି ।


ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ୱରଙ୍କଠାରୁ;


ତାହାଙ୍କଠାରେ ମଧ୍ୟ ଆମ୍ଭେମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ୱର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେମାନେ ପୁର୍ବରୁ ନିରୁପିତ ହେଲୁ,


ପୁଣି, ସେ ଆମ୍ଭମାନଙ୍କୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୁର୍ବରୁ ନିରୂପଣ କଲେ;


ପୁର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,


କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ୱରଙ୍କ ଦାନ,


ଏଣୁ ଆମ୍ଭମାନଙ୍କ ଈଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଗଣନା କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ;


ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାଁନ୍ତି, ମାତ୍ର ତାହାଙ୍କ ନିଜ ଯୋଜନା ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,


ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ । ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍‍ ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


Lean sinn:

Sanasan


Sanasan