Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 2:22 - ଓଡିଆ ବାଇବେଲ

22 ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲାପରି ସେ ତ ସୁସମାଚାର କାର୍ଯ୍ୟରେ ମୋ' ସହିତ ସେବା କରିଥିଲେ ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

22 ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

22 ତୁମେ ଜାଣ, ତୀମଥି କିପରି ତାଙ୍କର ଯୋଗ୍ୟତା ପ୍ରମାଣିତ କରିଛନ୍ତି, କିପରି ସେ ଆଉ ମୁଁ ପୁତ୍ର ଓ ପିତା ପରି ସୁସମାଚାର ପ୍ରଚାର କାର୍ଯ୍ୟରେ ମିଳିମିଶି ଉଦ୍ୟମ କରୁଛୁ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

22 ତୁମ୍ଭେମାନେ ଜାଣିଛ ଯେ ତୀମଥି କି ପ୍ରକାରର ଲୋକ। ପୁତ୍ର ଯେପରି ପିତାର ସେବା କରେ, ସେହିପରି ସେ ମୋ’ ସହିତ ସୁସମାଗ୍ଭର କହିବା ସମୟରେ ମୋର ସେବା କରିଛନ୍ତି; ଏ କଥା ତୁମ୍ଭେମାନେ ଜାଣ।

Faic an caibideil Dèan lethbhreac




ଫିଲିପୀୟ 2:22
20 Iomraidhean Croise  

ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାଙ୍କ ସୁଖ୍ୟାତି କରୁଥିଲେ ।


ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ ।


ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି,


ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ପୁତ୍ର; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ ।


କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି ।


ପୁଣି, ଆମ୍ଭେମାନେ ଆମ୍ଭମାନଙ୍କର ଆଉ ଜଣେ ଭାଇଙ୍କୁ ମଧ୍ୟ ସେମାନଙ୍କ ସଙ୍ଗେ ପଠାଉଅଛୁ, ତାଙ୍କୁ ଆମ୍ଭେମାନେ ଅନେକ ବିଷୟରେ ଅନେକ ଥର ଉଦ୍‍ଯୋଗୀ ବୋଲି ପ୍ରମାଣ ପାଇଅଛୁ, ପୁଣି, ତୁମ୍ଭମାନଙ୍କଠାରେ ଦୃଢ଼ ବିଶ୍ୱାସ କରିବାରୁ ସେ ଏବେ ଆହୁରି ଅଧିକ ଉଦ୍‍ଯୋଗୀ ହୋଇଅଛନ୍ତି ।


ଅତଏବ, ତୁମ୍ଭମାନଙ୍କ ପ୍ରେମ ଓ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପର ପ୍ରମାଣ ମଣ୍ଡଳୀସମୂହର ସମ୍ମୁଖରେ ସେମାନଙ୍କୁ ଦେଖାଅ ।


ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍‍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି ।


ହେ ଭାଇମାନେ, ମୋ' ପ୍ରତି ଯାହା ଯାହା ଘଟିଅଛି, ସେହି ସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;


ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି,


ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି


ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋ' ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି ।


କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାଙ୍କ ବିନା ମୋ' ନିକଟରେ ଆଉ କେହି ନାହିଁ ।


ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଏହି ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର;


ବିଶ୍ୱାସରେ ଆପଣା ପୁତ୍ର ତୀମଥିଙ୍କୁ; ପିତା ଈଶ୍ୱର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ ।


ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୃଷ୍ଟ ହେବ;


ପ୍ରିୟ ପୁତ୍ର ତୀମଥିଙ୍କ ନିକଟକୁ; ପିତା ଈଶ୍ୱର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ ।


କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାର ବ୍ୟବହାର, ସଙ୍କଳ୍ପ, ବିଶ୍ୱାସ, ସହିଷ୍ଣୁତା, ପ୍ରେମ, ଧୖୖେର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ ।


ପିତା ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ ।


Lean sinn:

Sanasan


Sanasan