Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 2:26 - ଓଡିଆ ବାଇବେଲ

26 କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ, ପୁଣି, ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ;

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

26 କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟ; ଇଚ୍ଛୁକ, ପୁଣି ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟ; ବ୍ୟଥିତ;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

26 ସେ ତୁମ ସମସ୍ତଙ୍କୁ ଦେଖିବା ନିମନ୍ତେ ଉତ୍ସୁକ ଓ ତୁମ୍ଭେମାନେ ତାଙ୍କର ଅସୁସ୍ଥତା ସମ୍ବାଦ ଶୁଣିଥିବାରୁ ସେ ଦୁଃଖିତ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ, ପୁଣି, ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ;

Faic an caibideil Dèan lethbhreac

ପବିତ୍ର ବାଇବଲ

26 ସେ ତୁମ୍ଭମାନଙ୍କୁ ଦେଖିବାକୁ ବହୁତ ଇଚ୍ଛୁକ, ସେଥିପାଇଁ ମୁଁ ତାହାଙ୍କୁ ପଠାଉଛି। ସେ ଅସୁସ୍ଥ ଥିଲେ ବୋଲି ତୁମ୍ଭେ ଶୁଣି ଥିବା ହେତୁ ସେ ଚିନ୍ତିତ ଥିଲେ।

Faic an caibideil Dèan lethbhreac




ଫିଲିପୀୟ 2:26
23 Iomraidhean Croise  

ପୁଣି ଦାଉଦ ରାଜାଙ୍କର ପ୍ରାଣ ଅବଶାଲୋମ ଆଡ଼େ ଯିବା ଆକାଂକ୍ଷାରେ ବ୍ୟାକୁଳ ହେଲା; କାରଣ ସେ ଅମ୍ନୋନକୁ ମୃତ ଜାଣି ତାହା ବିଷୟରେ ସାନ୍ତ୍ୱନାପ୍ରାପ୍ତ ହେଲେ।


ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋ’ ବିରୁଦ୍ଧରେ ଓ ମୋ’ ପିତୃଗୃହର ବିରୁଦ୍ଧରେ ହେଉ।”


ଯଦି ମୁଁ କହେ, ମୁଁ ଆପଣା ବିଳାପ ଭୁଲିଯିବି, ମୁଁ ଆପଣା ବିଷଣ୍ଣ ମୁଖ ଦୂର କରି ହୃଷ୍ଟଚିତ୍ତ ହେବି;


ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।


ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।


ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।


ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ଥ ଲୋକ ସମସ୍ତେ, ମୋ' ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି ।


ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ନେଇ ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ ।


ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କ'ଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି ।


ଯେଣୁ ତୁମ୍ଭେମାନେ ଯେପରି ସ୍ଥିରୀକୃତ ହୋଇ ପାର, ସେଥିପାଇଁ ମୁଁ ତୁମ୍ଭମାନଙ୍କୁ କୌଣସି ଆତ୍ମିକ ଦାନ ଦେବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଏକାନ୍ତ ଇଚ୍ଛା କରୁଅଛି,


ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର ।


ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋ' ସହିତ ସାକ୍ଷ୍ୟ ଦେଉଅଛି ।


ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତା'ର ସହିତ ଦୁଃଖଭୋଗ କରନ୍ତି, କିମ୍ବା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତା'ର ସହିତ ଆନନ୍ଦ କରନ୍ତି ।


ଆଉ, ତୁମ୍ଭମାନଙ୍କ ପ୍ରତି ଈଶ୍ୱରଙ୍କ ଅତ୍ୟଧିକ ଅନୁଗ୍ରହ ହେତୁ ସେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁ କରୁ ତୁମ୍ଭମାନଙ୍କ ପ୍ରତି ଅନୁରକ୍ତ ଅଟନ୍ତି ।


ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ମୋଶାଙ୍କ ବ୍ୟବସ୍ଥା ସଫଳ କରିବ ।


ଅତଏବ ମୁଁ ଅନୁରୋଧ କରେ ଯେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଲେଶ ଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କ ଗୌରବ ।


ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଇଥାଏ ।


କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ୱର ମୋହର ସାକ୍ଷୀ ।


କିନ୍ତୁ ମୁଁ ମୋହର ଭ୍ରାତା, ସହକର୍ମୀ, ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି;


ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ୱର ତାଙ୍କୁ ଦୟା କଲେ, ଆଉ କେବଳ ତାଙ୍କୁ ନୁହେଁ, ମାତ୍ର ଯେପରି ମୋ' ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋ' ଉପରେ ମଧ୍ୟ ଦୟା କଲେ ।


ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ୱରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ ।


ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ,


Lean sinn:

Sanasan


Sanasan