Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 1:9 - ଓଡିଆ ବାଇବେଲ

9 ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ୱରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭମାନଙ୍କ ଭ୍ରାତା ଓ ଯୀଶୁଙ୍କ ସମ୍ଵନ୍ଧୀୟ କ୍ଳେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ ଯେ ମୁଁ ଯୋହନ, ମୁଁ ଈଶ୍ଵରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

9 ମୁଁ ଯୋହନ, ତୁମର ଜଣେ ଭାଇ, ଯୀଶୁଙ୍କର ଶିଷ୍ୟ ସ୍ୱରୂପେ ତାଙ୍କ ରାଜ୍ୟର ଲୋକମାନଙ୍କ ଉପରେ ହେଉଥିବା ଦୌରାତ୍ମ୍ୟ ଧୈର୍ଯ୍ୟର ସହିତ ସହ୍ୟ କରିବା ପାଇଁ ମୁଁ ତୁମ୍ଭମାନଙ୍କର ଜଣେ ଅଂଶୀଦାର। ଯୀଶୁ ପ୍ରକାଶ କରିଥିବା ସତ୍ୟ ଓ ଈଶ୍ୱରଙ୍କ ବାକ୍ୟ ଘୋଷଣା କରିବା ଯୋଗୁଁ ମୁଁ ପାତ୍ମସ୍ ଦ୍ୱୀପକୁ ନିର୍ବାସିତ ହୋଇଥିଲି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ବରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ୱୀପରେ ଥିଲି।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ଯୀଶୁଙ୍କ ଦୁଃଖ ଭୋଗ ରାଜ୍ୟ ଓ ଧୈର୍ଯ୍ୟରେ ତୁମ୍ଭମାନଙ୍କର ସହଭାଗୀ ଭାଇ ମୁଁ ଯୋହନ, ପରମେଶ୍ୱରଙ୍କ ବାକ୍ୟ ପ୍ରଗ୍ଭର ଓ ଯୀଶୁଙ୍କର ସାକ୍ଷୀ ହେବା ହେତୁ ନିର୍ବାସିତ ହୋଇ ପାତ୍ମ ଦ୍ୱୀପରେ ଥିଲି କାରଣ ମୁଁ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କଲି। ମୁଁ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦେଲି।

Faic an caibideil Dèan lethbhreac




ପ୍ରକାଶିତ 1:9
35 Iomraidhean Croise  

ସେମାନେ ତାହାଙ୍କୁ କହିଲେ, ପାରୁ । ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ, କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ୱାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ ।


ସେମାନେ ତାହାଙ୍କୁ କହିଲେ, "ଆମ୍ଭେମାନେ ପାରୁ" । ଯୀଶୁ ସେମାନଙ୍କୁ କହିଲେ, ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ତୁମ୍ଭେମାନେ ସେଥିରେ ପାନ କରିବ, ପୁଣି, ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ତୁମ୍ଭେମାନେ ସେଥିରେ ବାପ୍ତିଜିତ ହେବ;


ତୁମ୍ଭେମାନେ ଯେପରି ମୋ'ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସବୁ ବିଷୟ କହିଅଛି । ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି ।


ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),


ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ ।


ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍‍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ୱରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ ।


କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ ।


ଆଉ, ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଭରସା ଅଟଳ, ଯେଣୁ ତୁମ୍ଭେମାନେ ଯେପରି ଦୁଃଖଭୋଗର ସହଭାଗୀ, ସେହିପରି ମଧ୍ୟ ସାନ୍ତ୍ୱନାର ଯେ ସହଭାଗୀ ଅଟ, ଏହା ଆମ୍ଭେମାନେ ଜାଣୁ ।


ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋ' ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି ।


ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ୱାରା ଭଲ କରିଅଛ ।


ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ୱରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ସହିଷ୍ଣୁତା ରୂପ ପଥରେ କଢାଉନ୍ତୁ ।


ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଈଶ୍ୱରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର;


ଯେଣୁ ତୁମ୍ଭେମାନେ ଯେପରି ଈଶ୍ୱରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇ ପାର, ଏଥି ନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ ।


ଅତଏବ, ଜଣେ ସହପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,


ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ବରେ ଯାହା ଯାହା ନିଶ୍ଚୟ ଘଟିବ, ସେହି ସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ୱର ଏହା ଯୀଶୁଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନଙ୍କୁ ଏହା ଜ୍ଞାତ କରାଇଲେ ।


ସେହି ଯୋହନ ଈଶ୍ୱରଙ୍କ ବାକ୍ୟ ଓ ଯୀଶୁଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ବନ୍ଧରେ, ଅର୍ଥାତ୍ ସେ ଯାହାସବୁ ଦର୍ଶନ କଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି ।


ଯୋହନ ଆସିଆରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ


ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ୱର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତି କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ । ଆମେନ୍ ।


ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବା ଓ ସମାନଙ୍କୁ ଜୟ କରି ବଧ କରିବ ।


ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ ।


ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ୱରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା;


କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ଼୍ଗ ଦ୍ୱାରା ବଧ କରାଯିବ । ଏହି ସ୍ଥଳରେ ସାଧୁମାନଙ୍କର ଧୖେର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ ।


ଏଠାରେ ସାଧୁମାନଙ୍କର, ଅର୍ଥାତ୍ ଯେଉଁମାନେ ଈଶ୍ୱରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ୱାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ ।


ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି । ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇଗଣ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର । ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର ।


ପରେ ମୁଁ ସିଂହାସନସମୂହ ଦେଖିଲି; ସେହି ସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ୱରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ ।


ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏ ହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ ।


ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି ।


ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି ।


Lean sinn:

Sanasan


Sanasan