Biblia Todo Logo
Bìoball air-loidhne

- Sanasan -




ରତର ବିବରଣ 3:9 - ଓଡିଆ ବାଇବେଲ

9 ସେ ଉତ୍ତର କଲା, “ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ନିଜ ଚାଦର ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ସେ ଉତ୍ତର କଲା, ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ଆପଣା ପକ୍ଷ ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେ ଉତ୍ତର କଲା, “ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ନିଜ ଚାଦର ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।”

Faic an caibideil Dèan lethbhreac

ପବିତ୍ର ବାଇବଲ

9 ବୋୟାଜ ପଗ୍ଭରିଲା, “ତୁମ୍ଭେ କିଏ?” ସେ କହିଲା, “ମୁଁ ହେଉଛି ଋତ, ତୁମ୍ଭର ଦାସୀ। ଏଣୁ ଆପଣାପକ୍ଷ ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ। କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।

Faic an caibideil Dèan lethbhreac




ରତର ବିବରଣ 3:9
10 Iomraidhean Croise  

ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ।”


କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ ।


ଏଥିରେ ନୟମୀ ନିଜ ପୁତ୍ରବଧୂକୁ କହିଲା, “ଯେ ଜୀବିତ ଓ ମୃତ ଲୋକମାନଙ୍କ ପ୍ରତି ଅନୁଗ୍ରହ ନିବୃତ୍ତ କରି ନାହାନ୍ତି, ସେହି ସଦାପ୍ରଭୁଙ୍କଠାରୁ ସେ ଆଶୀର୍ବାଦ ପ୍ରାପ୍ତ ହେଉ।” ନୟମୀ ଆହୁରି କହିଲା, “ସେ ଜଣ ଆମ୍ଭମାନଙ୍କର ନିକଟ-କୁଟୁମ୍ବ, ଆମ୍ଭମାନଙ୍କର ମୁକ୍ତିକର୍ତ୍ତା ଜ୍ଞାତିମାନଙ୍କ ମଧ୍ୟରେ ଜଣେ ଅଟଇ।”


ସେ କହିଲା, “ଆହେ ମୋହର କନ୍ୟା,” ତୁମ୍ଭେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ରୀ ହୁଅ, ଯେହେତୁ ତୁମ୍ଭେ ଧନବାନ କି ଦରିଦ୍ର କୌଣସି ଯୁବାପୁରୁଷର ଅନୁଗାମିନୀ ନ ହୋଇ ପ୍ରଥମାପେକ୍ଷା ଶେଷରେ ଅଧିକ ସାଧୁତା ଦେଖାଇଅଛ।


ଯେହେତୁ ତୁମ୍ଭେ ଯେ ସମ୍ମାନୀୟ ସ୍ତ୍ରୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋ’ଠାରୁ ନିକଟ ସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅଛି।


ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି। ତହିଁରେ ସେ ପଚାରିଲା, “ତୁମ୍ଭେ କିଏ ?”


ଏଣୁ ମୁଁ ତୁମ୍ଭକୁ ଏହା ଜଣାଇବାକୁ ମନସ୍ଥ କଲି, ତୁମ୍ଭେ ନଗରଦ୍ୱାରରେ ଉପସ୍ଥିତ ଲୋକମାନଙ୍କ ସାକ୍ଷାତରେ ଓ ଆମ୍ଭ ବଂଶୀୟ ପ୍ରାଚୀନଗଣର ସାକ୍ଷାତରେ ତାହା କ୍ରୟ କର। ଯେବେ ତୁମ୍ଭେ ମୁକ୍ତ କରିବ, ତେବେ କର, ମାତ୍ର ଯେବେ ନ କରିବ, ତେବେ ମୋତେ ଜଣାଅ, ମୁଁ ଜାଣିବାକୁ ଚାହେଁ; ଯେହେତୁ ତୁମ୍ଭେ ମୁକ୍ତ କଲେ ଆଉ କେହି କରି ନ ପାରେ, ମାତ୍ର ତୁମ୍ଭ ଉତ୍ତାରୁ ମୁଁ ଅଛି। ତହିଁରେ ସେ କହିଲା, “ମୁଁ ତାହା ମୁକ୍ତ କରିବି।”


ଏଥିରେ ସେହି ମୁକ୍ତିକର୍ତ୍ତା ଜ୍ଞାତି କହିଲା, “ମୁଁ ନିଜ ନିମନ୍ତେ ତାହା ମୁକ୍ତ କରି ନ ପାରେ, ତାହା କଲେ, ମୋହର ନିଜ ଅଧିକାରର କ୍ଷତି ହେବ; ତୁମ୍ଭେ ମୋହର ମୁକ୍ତି କରିବା କ୍ଷମତା ନିଅ, କାରଣ ମୁଁ ମୁକ୍ତ କରି ନ ପାରେ।”


ଏଥିରେ ସେ ଉଠି ଭୂମିଷ୍ଠ ପ୍ରଣାମ କରି କହିଲା, ଦେଖ, ତୁମ୍ଭ ଦାସୀ ମୋହର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ଦାସୀ।


Lean sinn:

Sanasan


Sanasan