ଗୀତସଂହିତା 1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTପ୍ରଥମ ଖଣ୍ଡ ୧:୧-୪୧:୧୩ ସଫଳତାର ପଥ 1 ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ, 2 ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ। 3 ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ। 4 ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି। 5 ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ। 6 କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.