ଗୀତସଂହିତା 93 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTସଦାପ୍ରଭୁ ହିଁ ରାଜା 1 ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ। 2 ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦିକାଳରୁ ବିଦ୍ୟମାନ। 3 ହେ ସଦାପ୍ରଭୋ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି। 4 ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ। 5 ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୋ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.