Biblia Todo Logo
Bib sou entènèt

- Piblisite -

୧ ତୀମଥି 2 - ପବିତ୍ର ବାଇବଲ (Re-edited) - (BSI)


ମଣ୍ତଳୀର ଉପାସନା ବିଧି

1 ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ଵର-ପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ନିର୍ବିଘ୍ନତାରେ ଜୀବନ ଯାପନ କରି ପାରୁ,

2 ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବପ୍ରଥମେ ଅନୁରୋଧ କରୁଅଛି।

3 ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ।

4 ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ସମ୍ଵନ୍ଧରେ ଜ୍ଞାନ ପ୍ରାପ୍ତ ହୁଅନ୍ତି, ଏହା ସେ ଇଚ୍ଛା କରନ୍ତି।

5 କାରଣ ଏକମାତ୍ର ଈଶ୍ଵର ଅଛନ୍ତି, ଆଉ ଈଶ୍ଵର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;

6 ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ଵରୂପେ ଆପଣାକୁ ଦାନ କରି ଯଥା ସମୟରେସେଥିର ସାକ୍ଷ୍ୟ ଦେଇ ଅଛନ୍ତି।

7 ସେଥିସକାଶେ ମୁଁ ଜଣେ ପ୍ରଚାରକ, ପ୍ରେରିତ, ପୁଣି ବିଶ୍ଵାସ ଓ ସତ୍ୟ ସମ୍ଵନ୍ଧରେ ବିଜାତିମାନଙ୍କର ଜଣେ ଶିକ୍ଷକ ସ୍ଵରୂପେ ନିଯୁକ୍ତ ହେଲି, ମୁଁ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ।

8 ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।

9 ସେହିପ୍ରକାରେ ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁବର୍ଣ୍ଣ କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ସୁବୁଦ୍ଧି ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି ପ୍ର.ପିତ. ୩:୩

10 ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ସତ୍କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ।

11 ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ଵୀକାର କରି ମୌନ ଭାବରେ ଶିକ୍ଷା ଗ୍ରହଣ କରୁ।

12 ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ମୌନ ରହୁ।

13 କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା;

14 ଆଉ ଆଦମ ପ୍ରବଞ୍ଚିତ ହୋଇ ନ ଥିଲେ, ମାତ୍ର ନାରୀ ପ୍ରବଞ୍ଚିତା ହୋଇ ଆଜ୍ଞାଲଙ୍ଘନ ଦୋଷରେ ଦୋଷୀ ହେଲେ;

15 କିନ୍ତୁ ସେମାନେ ସୁବୁଦ୍ଧି ସହ ବିଶ୍ଵାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ, ସେ ସନ୍ତାନ ପ୍ରସବ କରିବା ଦ୍ଵାରା ପରିତ୍ରାଣ ପାଇବ।

ODIA-OV (Re-edited) - ପବିତ୍ର ବାଇବଲ (Re-edited)

Copyright © 2014 by The Bible Society of India

Used by permission. All rights reserved worldwide.

Bible Society of India
Swiv nou:



Piblisite