Biblia Todo Logo
Bib sou entènèt

- Piblisite -

ଯିଶାଇୟ 4 - ପବିତ୍ର ବାଇବଲ (Re-edited) - (BSI)

1 ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର।


ସଦାପ୍ରଭୁଙ୍କ ଗୌରବାନ୍ଵିତ ଶାଖା

2 ସେଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ଵିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।

3 ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ଵାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେନ୍ତ

4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ।

5 ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ଵଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।

6 ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ଵରୂପ ହେବା ନିମନ୍ତେ ଏକ ଆବାସ ହେବ।

ODIA-OV (Re-edited) - ପବିତ୍ର ବାଇବଲ (Re-edited)

Copyright © 2014 by The Bible Society of India

Used by permission. All rights reserved worldwide.

Bible Society of India
Swiv nou:



Piblisite