Biblia Todo Logo
Bib sou entènèt

- Piblisite -

ଯିଶାଇୟ 42 - ପବିତ୍ର ବାଇବଲ


ସଦାପ୍ରଭୁଙ୍କର ସ୍ୱତନ୍ତ୍ର ଦାସ

1 “ମୋର ଦାସକୁ ଦେଖ। ମୁଁ ତାକୁ ମନୋନୀତ କରିଅଛି। ମୋର ଚିତ୍ତ ତାହାଠାରେ ସନ୍ତୁଷ୍ଟ। ମୁଁ ତାହା ଉପରେ ନିଜର ଆତ୍ମାକୁ ସ୍ଥାପନ କରିଅଛି। ସେ ଅନ୍ୟଦେଶ ପ୍ରତି ନ୍ୟାୟ ବିଗ୍ଭର କରିବ।

2 ସେ ରାଜପଥରେ ଉଚ୍ଚସ୍ୱରରେ କହିବ ନାହିଁ କି ସେ ଚିତ୍କାର କରିବ ନାହିଁ।

3 ଏପରିକି ସେ ଗୋଟିଏ ଛେଗ୍ଭନଳ ଭାଙ୍ଗିବେ ନାହିଁ, ଏପରିକି ଗୋଟିଏ ନିଷ୍ଠୁର ବଳିତା ଲିଭାଇବେ ନାହିଁ। ସେ ନ୍ୟାୟ ବିଗ୍ଭର କରିବେ ଓ ସତ୍ୟ ଉ‌‌ଦ୍‌‌ଘାଟନ କରିବେ।

4 ସେ ପୃଥିବୀରେ ନ୍ୟାୟ ବିଗ୍ଭର ପ୍ରତିଷ୍ଠା ନ କରିବା ପର୍ଯ୍ୟନ୍ତ ନିସ୍ତେଜ କିମ୍ବା ହୀନବଳ ହେବେ ନାହିଁ। ଆଉ ଦ୍ୱୀପନିବାସୀ ତାଙ୍କର ପ୍ରଗ୍ଭରରେ ବିଶ୍ୱାସ ରଖିବେ।’


ସଦାପ୍ରଭୁ ଜଗତର ସୃଷ୍ଟିକର୍ତ୍ତା ଓ ଶାସନକର୍ତ୍ତା

5 ଯେ ନବମଣ୍ଡଳ ସୃଷ୍ଟି କରି ଭୂମଣ୍ଡଳ ଉପରେ ବିସ୍ତାର କଲେ, ଯେ ପୃଥିବୀର ସକଳବସ୍ତୁ ସୃଷ୍ଟି କଲେ, ଯେ ସକଳ ଲୋକଙ୍କୁ ନିଃଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ସକଳ ଆତୟାତ ବ୍ୟକ୍ତିମାନଙ୍କୁ ଜୀବନ ଦିଅନ୍ତି, ସେହି ସଦାପ୍ରଭୁ ପ୍ରକୃତ ପରମେଶ୍ୱର ଏହି କଥା କୁହନ୍ତି।

6 “ମୁଁ ସଦାପ୍ରଭୁ, ତୁମ୍ଭକୁ ଧାର୍ମିକରେ ଆହ୍ୱାନ କରୁଅଛି। ତୁମ୍ଭର ହସ୍ତ ଧରି ମୁଁ ତୁମ୍ଭକୁ ପଥପ୍ରଦର୍ଶନ କରିବି। ଜାତିଗଣଙ୍କୁ ଗୋଟିଏ ଆଲୋକପରି ମୁଁ ତୁମ୍ଭକୁ ଗୋଟିଏ ନିଯୁକ୍ତ ଚିହ୍ନ ଦେବି, ଯାହା ଲୋକମାନଙ୍କ ସହିତ ଗୋଟିଏ ଚୁକ୍ତି ଅଛି।

7 ତୁମ୍ଭେ ଅନ୍ଧମାନଙ୍କୁ ଚକ୍ଷୁସ୍ମାନ କରିବ, କାରାଗାରରୁ ବନ୍ଦୀମାନଙ୍କୁ ମୁକ୍ତ କରିବ ଓ ଅନ୍ଧକାରରେ ସଢୁଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାରକୁ ଆଣିବ।

8 “ମୁଁ ସଦାପ୍ରଭୁ ଓ ତାହା ହିଁ ମୋର ନାମ। ମୋର ପ୍ରଶଂସା ଓ ମହିମା ମୁଁ ସେହି ଖୋଦିତ ପ୍ରତିମାଗଣକୁ ଦେବି ନାହିଁ।

9 ଦେଖ, ଆଦ୍ୟ ବିଷୟ ସିଦ୍ଧ ହେଲା। ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ। ଭବିଷ୍ୟତରେ କ’ଣ କ’ଣ ଘଟିବ, ତାହା ତୁମ୍ଭକୁ ଜଣାଉ।”


ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ପ୍ରଶଂସା ଗୀତ

10 ହେ ଦ୍ୱୀପଗଣ ଓ ତନ୍ନିବାସୀଗଣ, ହେ ସମୁଦ୍ରଗାମୀମାନେ ଓ ସମୁଦ୍ରବାସୀମାନେ ଏବଂ ପୃଥିବୀସ୍ଥ ଦୂରଦେଶୀୟ ଲୋକମାନେ, ତୁମ୍ଭେମାନେ ସମସ୍ତେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର। ଏକ ନୂତନ ସଙ୍ଗୀତ ତାଙ୍କ ବିଷୟରେ ଗାନ କର।

11 ପ୍ରାନ୍ତର ଓ ତା'ର ନଗର ସମସ୍ତ, ସମସ୍ତ ଗ୍ରାମ, ଯେଉଁଠାରେ କେଦାର ବାସ କରେ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର। ଶେଲା ନିବାସୀମାନେ ଆନନ୍ଦରେ ଓ ଶାନ୍ତିରେ ବାସ କରନ୍ତି, ସେମାନେ ସଦାପ୍ରଭୁଙ୍କର ଗୁଣଗାନ ପର୍ବତ ଶିଖରରୁ ଉଚ୍ଚସ୍ୱରରେ ଗାନ କରନ୍ତୁ।

12 ସେମାନେ ସଦାପ୍ରଭୁଙ୍କୁ ମହିମା ଦିଅନ୍ତୁ ଓ ଦ୍ୱୀପ ସମୂହ ମଧ୍ୟରେ ତାଙ୍କର ପ୍ରଶଂସା ପ୍ରଗ୍ଭର କରନ୍ତୁ।

13 ସଦାପ୍ରଭୁ ମହାନ ବୀର ରୂପେ ବିଜେ କରିବେ, ସେ ଯୋଦ୍ଧା ଭାବରେ ନିଜକୁ ଉତ୍ତେଜିତ କରିବେ ଓ ସେ ଘୋର ଗର୍ଜନ କରିବେ। ନିଜର ଶତ୍ରୁମାନଙ୍କର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ।


ପରମେଶ୍ୱର ଅତ୍ୟନ୍ତ ଧୈର୍ଯ୍ୟଶୀଳ

14 “ଦୀର୍ଘକାଳ ଧରି ମୁଁ ନୀରବ ରହି ଆସୁଅଛି। ମୁଁ ତଥାପି ନୀରବ ଅଛି। ମାତ୍ର ବର୍ତ୍ତମାନ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଚିତ୍କାର କରିବୁ। ଆମ୍ଭେ ଦୀର୍ଘ ନିଃଶ୍ୱାସ ଏବଂ ଆକାଂକ୍ଷା ହେବୁ।

15 ଆମ୍ଭେ ପର୍ବତ ଓ ଉପପର୍ବତଗୁଡ଼ିକୁ ଧ୍ୱଂସ କରିବୁ ଓ ତହିଁରେ ଥିବା ସମସ୍ତ ଗୁଳ୍ମଲତାକୁ ଶୁଷ୍କ କରିବୁ। ନଦନଦୀକୁ ଦ୍ୱୀପରେ ପରିଣତ କରିବୁ ଓ ଜଳାଶୟକୁ ଶୁଷ୍କ କରିବୁ।

16 ତା'ପରେ ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବୁ ଓ ଯେଉଁ ପଥ ସେମାନେ ଜାଣନ୍ତି ନାହିଁ, ସେହି ପଥରେ ସେମାନଙ୍କୁ କଢ଼ାଇ ନେବୁ। ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୋକର ଓ ବକ୍ର ସ୍ଥାନକୁ ସଳଖରେ ପରିଣତ କରିବୁ। ଏହିସବୁ କାର୍ଯ୍ୟ କରି ଆମ୍ଭେ ନିଜ ସନ୍ତାନମାନଙ୍କୁ ପରିତ୍ୟାଗ କରିବୁ ନାହିଁ।

17 କିନ୍ତୁ କେତେକ ଲୋକ ମୋର ଅନୁସରଣ କରିବାରୁ ନିବୃତ୍ତ ହେଲେ ନାହିଁ। ଯେଉଁମାନେ ଖୋଦିତ ପ୍ରତିମାଗଣକୁ କିମ୍ବା ମୃତ୍ତିକାରେ ନିର୍ମିତ ଦେବତାମାନଙ୍କୁ ବିଶ୍ୱାସ କରନ୍ତି, କେବେ ସେମାନେ ହତାଶ ହୋଇ ଲଜ୍ଜିତ ହେବେ।


ଇସ୍ରାଏଲ ପରମେଶ୍ୱରଙ୍କୁ ଶୁଣିବାକୁ ପ୍ରତ୍ୟାଖ୍ୟାନ କଲା

18 “ହେ ବଧିରମାନେ ଶୁଣ! ହେ ଅନ୍ଧମାନେ, ତୁମ୍ଭେମାନେ ଦେଖିବା ପାଇଁ ଦୃଷ୍ଟି ଦିଅ।”

19 ଏ ଜଗତରେ ମୋର ଦାସଠାରୁ ଅନ୍ଧ କିଏ? ପୁଣି ମୋ’ ପ୍ରେରିତ ଦୂତଠାରୁ ବଧିର କିଏ? ସଦାପ୍ରଭୁଙ୍କଠାରେ ମିଳିତ ହୋଇଥିବା ଦାସ ସବୁଠାରୁ ଅଧିକ ଅନ୍ଧ।

20 ମୋର ଦାସ ଯଦିଓ ସବୁ ଦେଖୁଅଛି, ତଥାପି ସେ ମନୋଯୋଗ କରୁ ନାହିଁ। ତା'ର କର୍ଣ୍ଣ ମୁକ୍ତ ଅଛି, ମାତ୍ର ସେ ଶୁଣୁ ନାହିଁ।”

21 ସଦାପ୍ରଭୁ ନିଜର ଶିକ୍ଷା ବ୍ୟବସ୍ଥାକୁ ମହତ୍ ଓ ସମ୍ଭ୍ରାନ୍ତ କରି ସନ୍ତୁଷ୍ଟ ହେଲେ।

22 ଏହି ଲୋକମାନଙ୍କୁ ଦେଖ। ସେମାନେ ଅପହୃତ ଓ ଲୁଣ୍ଠିତ। ସେମାନେ ଗର୍ଭରେ ପାଶବଦ୍ଧ ଓ କାରାଗାରରେ ଲୁଗ୍ଭ ଯାଇଛନ୍ତି। ସେମାନଙ୍କର ଧନ ଲୁଣ୍ଠିତ ହୋଇଛି। ସେମାନଙ୍କୁ ଉଦ୍ଧାର କରିବାକୁ କେହି ନାହାନ୍ତି। ସେମାନଙ୍କର ଲୁଣ୍ଠିତ ଦ୍ରବ୍ୟକୁ “ଫେରାଇ ଦେବା” ପାଇଁ କହିବାକୁ ମଧ୍ୟ କେହି ନାହିଁ।

23 ଏହି କଥାକୁ ଶ୍ରବଣ କରିବାକୁ ଓ ଶ୍ରବଣ କରି ଭବିଷ୍ୟତ ନିମନ୍ତେ ମନୋଯୋଗ କରିବାକୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କେହି ଅଛି କି?

24 ଯାକୁବକୁ ଲୁଣ୍ଠିତ ହେବା ପାଇଁ ଇସ୍ରାଏଲକୁ ଅପହରଣ କରିବା ପାଇଁ କିଏ ଅପହରଣକାରୀଙ୍କ ହସ୍ତରେ ସମର୍ପଣ କଲେ? ଏସବୁ ସଦାପ୍ରଭୁ ହିଁ କରାଇଲେ। କାରଣ ଆମ୍ଭେମାନେ ତାଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ତାଙ୍କ ଦର୍ଶିତ ପଥରେ ଗମନ କରି ନାହୁଁ। ଇସ୍ରାଏଲର ଲୋକମାନେ ମଧ୍ୟ ତାଙ୍କ ବାକ୍ୟ ଶୁଣି ନାହାନ୍ତି।

25 ତେଣୁ ସଦାପ୍ରଭୁ ତାଙ୍କର କ୍ରୋଧ ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ସେମାନଙ୍କ ଉପରେ ଢାଳି ଦେଲେ। ଫଳରେ ତା'ର ଚତୁର୍ଦ୍ଦିଗରେ ଅଗ୍ନି ଜଳି ଉଠିଲା। ସେ କିନ୍ତୁ ଏସବୁ ଜାଣି ପାରିଲା ନାହିଁ। ଅଗ୍ନିରେ ଦ‌ଗ୍‌ଧିଭୂତ ହେଲା। ଏହା କାହିଁକି ଘଟିଲା ତଥାପି ସେ ମନୋଯୋଗ କଲା ନାହିଁ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Swiv nou:



Piblisite