Biblia Todo Logo
Bib sou entènèt

- Piblisite -

ଗୀତସଂହିତା 110 - ପବିତ୍ର ବାଇବଲ


ଦାଉଦଙ୍କର ଏକ ପ୍ରଶଂସାପୂର୍ଣ୍ଣ ଗୀତ।

1 ସଦାପ୍ରଭୁ ମୋର ପ୍ରଭୁଙ୍କୁ କହିଲେ, “ମୋ’ ସହିତ ମୋର ଦକ୍ଷିଣ ପାଖରେ ବସ। ଆମ୍ଭେ ତୁମ୍ଭ ଶତ୍ରୁଗଣଙ୍କୁ ତୁମ୍ଭର ପାଦପୀଠ କରିବା ପର୍ଯ୍ୟନ୍ତ।”

2 ସଦାପ୍ରଭୁ ତୁମ୍ଭର ରାଜ୍ୟ ସିୟୋନରୁ ବଢ଼ାଇବେ, ଯେପରିକି ତୁମ୍ଭେ ଶତ୍ରୁଗଣର ରାଜ୍ୟକୁ ଶାସନ କର।

3 ତୁମ୍ଭ ପରାକ୍ରମର ଦିନରେ, ଯେତେବେଳେ ତୁମ୍ଭର ସୈନ୍ୟବାହିନୀ ଏକତ୍ର ହେବେ, ତୁମ୍ଭ ଲୋକମାନେ ସ୍ୱଇଚ୍ଛାରେ ମିଶିବେ। ପବିତ୍ର ପର୍ବତ ଉପରେ ଅତି ପ୍ରଭାତରେ ସେମାନେ ମିଳିତ ହେବେ। ସେହି ସମସ୍ତ ଯୁବକ ତୁମ୍ଭ ଗ୍ଭରିପଟେ ପଡ଼ିଆରେ କାକର ଟୋପା ପରି ବେଢ଼ି ରହିବେ।

4 ସଦାପ୍ରଭୁ ପ୍ରତିଜ୍ଞା କଲେ, ସେ ତାଙ୍କର ମନ ପରିବର୍ତ୍ତନ କରିବେ ନାହିଁ। “ଯାଜକ ମ‌ଲ୍‌କୀଷେଦକଙ୍କ ପରି ତୁମ୍ଭେ ଅନନ୍ତକାଳୀନ ଯାଜକ ହେବ।”

5 ମୋର ପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି। ଯେତେବେଳେ ସେ କୋପ କରିବେ, ଅନ୍ୟ ରାଜାମାନଙ୍କୁ ପରାସ୍ତ କରିବେ।

6 ପରମେଶ୍ୱର ଦେଶଗୁଡ଼ିକର ବିଗ୍ଭର କରିବେ। ଏହି ଭୂମିସବୁ ମୃତ ଦେହରେ ଆଚ୍ଛାଦିତ ହେବ। ସେ ପୃଥିବୀର ଶକ୍ତିଶାଳୀ ନେତାମାନଙ୍କୁ ଧ୍ୱଂସ କରିବେ।

7 ରାଜାମାନେ ପଥ ମଧ୍ୟରେ ଥିବା ଝରଣାରୁ ଜଳପାନ କରିବେ ଏବଂ ଏହି ହେତୁ ସେ ଆପଣା ମସ୍ତକ ଉଠାଇବେ ଏବଂ ଶକ୍ତିଶାଳୀ ହେବେ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Swiv nou:



Piblisite