Biblia Todo Logo
Bib sou entènèt

- Piblisite -

ଗୀତସଂହିତା 111 - ପବିତ୍ର ବାଇବଲ

1 ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।

2 ସଦାପ୍ରଭୁ ଆଶ୍ଚର୍ଯ୍ୟ କର୍ମମାନ କରନ୍ତି। ଯେଉଁମାନେ ତାଙ୍କୁ ଗ୍ଭହାନ୍ତି ସେମାନେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି।

3 ପରମେଶ୍ୱର ବାସ୍ତବରେ ଗୌରବପୂର୍ଣ୍ଣ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ କରନ୍ତି ଓ ତାଙ୍କର ଉତ୍ତମତା ଅନନ୍ତକାଳସ୍ଥାୟୀ।

4 ସେ ଆପଣାର ଆଶ୍ଚର୍ଯ୍ୟ କର୍ମମାନ ସବୁ ସ୍ମରଣ କରାଇଛନ୍ତି। ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମୟ।

5 ଯେଉଁମାନେ ତାଙ୍କୁ ଭୟ କରନ୍ତି ଏବଂ ସମ୍ମାନ ଦିଅନ୍ତି ସେ ସେମାନଙ୍କୁ ଖାଦ୍ୟ ଦିଅନ୍ତି। ସେ ସଦାକାଳ ଆପଣା ଚୁକ୍ତି ସ୍ମରଣ କରନ୍ତି।

6 ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ ତାଙ୍କର ଶକ୍ତିର ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଥିଲେ।

7 ତାହାଙ୍କ ଦ୍ୱାରା ହୋଇଥିବା ଆଜ୍ଞାସବୁ ସତ୍ୟ ଓ ତାଙ୍କର ନିୟମସବୁ ବିଶ୍ୱାସ ଯୋଗ୍ୟ।

8 ପରମେଶ୍ୱରଙ୍କର ନିର୍ଦ୍ଦେଶ ଅନନ୍ତ କାଳସ୍ଥାୟୀ। ତାଙ୍କର ଆଜ୍ଞା ବିଶ୍ୱସ୍ତତା ଓ ସରଳତାରେ ସାଧିତ କରାଯାଏ।

9 ପରମେଶ୍ୱର ତାଙ୍କର ଲୋକମାନଙ୍କୁ ରକ୍ଷା କଲେ। ସେ ଗୋଟିଏ ଚୁକ୍ତି କଲେ ଏବଂ ଏହା ଅନନ୍ତକାଳସ୍ଥାୟୀ ହୋଇ ରହିଲା। ତାଙ୍କର ନାମ ପବିତ୍ର ଏବଂ ଭୟଙ୍କର।

10 ଜ୍ଞାନ ପରମେଶ୍ୱରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ। ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସେମାନେ ଜ୍ଞାନୀ ଅଟନ୍ତି। ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାଯିବ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Swiv nou:



Piblisite