Biblia Todo Logo
Bib sou entènèt

- Piblisite -

ଗୀତସଂହିତା 138 - ପବିତ୍ର ବାଇବଲ


ଦାଉଦଙ୍କର ଗୀତ

1 ହେ ପରମେଶ୍ୱର, ମୁଁ ମୋର ହୃଦୟ ସହିତ ତୁମ୍ଭର ପ୍ରଶଂସା ଗାନ କରିବି। ସମସ୍ତ ଦେବତାଗଣଙ୍କ ସମ୍ମୁଖରେ ମୁଁ ତୁମ୍ଭ ପାଇଁ ପ୍ରଶଂସାର ଗୀତ ଗାନ କରିବି।

2 ହେ ପରମେଶ୍ୱର, ମୁଁ ତୁମ୍ଭର ପବିତ୍ର ମନ୍ଦିର ପ୍ରତି ପ୍ରଣାମ ଦଣ୍ଡବତ କରିବି। ମୁଁ ତୁମ୍ଭର ନାମ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଏବଂ ତୁମ୍ଭର ସତ୍ୟତାକୁ ପ୍ରଶଂସା କରିବି। ତୁମ୍ଭେ ପ୍ରସିଦ୍ଧ ଅଟ ଏବଂ ଯାହା ତୁମ୍ଭେ କରିବା ପାଇଁ ପ୍ରତିଜ୍ଞା କର ତାହା ଏପରିକି ମଧ୍ୟ ତୁମ୍ଭକୁ ଅଧିକ ପ୍ରସିଦ୍ଧ କରିବ।

3 ହେ ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକିଲି। ତୁମ୍ଭେ ମୋତେ ଉତ୍ତର ଦେଲ! ତୁମ୍ଭେ ମୋତେ ସାହସୀ ଏବଂ ଶକ୍ତ କଲ।

4 ସଦାପ୍ରଭୁ, ପୃଥିବୀର ସମସ୍ତ ରାଜା ତୁମ୍ଭକୁ ପ୍ରଶଂସା କରିବେ, ଯେତେବେଳେ ସେମାନେ ତୁମ୍ଭର ପ୍ରତିଜ୍ଞାଗୁଡ଼ିକୁ ଶୁଣିବେ।

5 ସେମାନେ ସଦାପ୍ରଭୁଙ୍କର ପଥ ବିଷୟରେ ଗାନ କରିବେ, କାରଣ ସଦାପ୍ରଭୁଙ୍କର ମହିମା ହେଉଛି ମହାନ।

6 ସଦାପ୍ରଭୁ ସମସ୍ତଙ୍କ ଉପରେ ମୁଖ୍ୟ ଅଟନ୍ତି। କିନ୍ତୁ ଏପର୍ଯ୍ୟନ୍ତ ନମ୍ର ଲୋକମାନଙ୍କର ଯତ୍ନ ନିଅନ୍ତି। କିନ୍ତୁ ଏପରିକି ବହୁ ଦୂରରୁ, ସେ ଜାଣନ୍ତି ଗର୍ବୀ ଲୋକମାନେ କ’ଣ କରୁଛନ୍ତି।

7 ହେ ସଦାପ୍ରଭୁ, ଯଦି ମୁଁ ସଙ୍କଟ ମଧ୍ୟରେ ପଡ଼େ ମୋତେ ଜୀବିତ ରଖ। ଯଦି ମୋର ଶତ୍ରୁଗଣ କେବେ ମୋ’ ଉପରେ କ୍ରୋଧ କରନ୍ତି, ତୁମ୍ଭେ ସେମାନଙ୍କଠାରୁ ମୋତେ ବଞ୍ଚାଅ।

8 ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମୋତେ ଦିଅ। ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ। ତେଣୁ ଆମ୍ଭକୁ ପରିତ୍ୟାଗ କର ନାହିଁ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Swiv nou:



Piblisite