Biblia Todo Logo
Bib sou entènèt

- Piblisite -

ଗୀତସଂହିତା 15 - ପବିତ୍ର ବାଇବଲ


ଦାଉଦଙ୍କର ଗୀତ

1 ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ? କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ?

2 କେବଳ ଯେଉଁ ବ୍ୟକ୍ତି ଶୁଦ୍ଧ ଚିତ୍ତରେ ଜୀବନ-ଯାପନ କରେ, ଭଲ କାର୍ଯ୍ୟ କରେ, ଓ ଅନ୍ତରରୁ ସତ୍ୟକଥା ପ୍ରକାଶ କରେ ସେ କେବଳ ତୁମ୍ଭର ପବିତ୍ର ପର୍ବତରେ ବାସ କରି ପାରିବ।

3 ସେହିଭଳି ମନୁଷ୍ୟ ଯିଏ କେବେ ଅନ୍ୟମାନଙ୍କ ବିଷୟରେ ମିଥ୍ୟା କଥା କହେ ନାହିଁ। ସେହି ବ୍ୟକ୍ତି ଯିଏ କେବେ ପଡ଼ୋଶୀ ପ୍ରତି ଅନିଷ୍ଟ ଚିନ୍ତା କରେ ନାହିଁ। ସେହି ବ୍ୟକ୍ତି ଲଜ୍ଜାଜନକ କଥା ନିଜ ପରିବାର ବିଷୟରେ ମଧ୍ୟ କହେ ନାହିଁ।

4 ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ, କିନ୍ତୁ ସେହି ବ୍ୟକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସେବା କରୁଥିବା ଲୋକମାନଙ୍କୁ ସମ୍ମାନ ଦେଖାଏ। ଯଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦେଇଥାଏ ତେବେ ସେହି ପ୍ରତିଶ୍ରୁତିକୁ ପାଳନ କରେ।

5 ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ ଆଘାତ କରି ମୁଦ୍ରା ନିଏ ନାହିଁ। ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Swiv nou:



Piblisite