Biblia Todo Logo
Bib sou entènèt

- Piblisite -

ଗୀତସଂହିତା 21 - ପବିତ୍ର ବାଇବଲ


ଦାଉଦଙ୍କର ଏକ ଗୀତ।

1 ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ। ତୁମ୍ଭେ ଯେତେବେଳେ ତାକୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।

2 ତୁମ୍ଭେ ସେହି ରାଜାକୁ ଯାହା ସେ ଗ୍ଭହେଁ ପ୍ରଦାନ କର। ହେ ସଦାପ୍ରଭୁ, ସେହି ରାଜା ତୁମ୍ଭ ନିକଟରୁ କିଛି ଗ୍ଭହିଁଥିଲା ଓ ତୁମ୍ଭେ ତା'ର ସକଳ ଇଚ୍ଛା ପୂରଣ କଲ। ସେଲା

3 ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ। ତୁମ୍ଭେ ତା'ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦେଇଛ।

4 ହେ ପରମେଶ୍ୱର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ। ତୁମ୍ଭେ ତାକୁ ଅନନ୍ତ ଜୀବନ ଦାନ କରିଛ, ଯାହା ଅନନ୍ତକାଳସ୍ଥାୟୀ।

5 ସେହି ରାଜାଙ୍କୁ ତୁମ୍ଭେ ବିଜୟ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ। ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ?

6 ହେ ପରମେଶ୍ୱର, ତୁମ୍ଭେ ପ୍ରକୃତରେ ସେହି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ। ଯେତେବେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା'ର ଆନନ୍ଦ ଆହୁରି ବଢ଼ିଯାଏ।

7 ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ। ସର୍ବୋପରିସ୍ଥ ପରମେଶ୍ୱରଙ୍କ ସ୍ନେହପୂର୍ଣ୍ଣ କରୁଣା କେବେହେଲେ ତାକୁ ପଡ଼ିବା ପାଇଁ ଦେବେ ନାହିଁ।

8 ହେ ପରମେଶ୍ୱର, ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦେଖାଇ ଦିଅ ଯେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ। ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।

9 ତୁମ୍ଭେ ଆପଣା ରାଜାଙ୍କୁ ଏକ ଜ୍ୱଳନ୍ତ ଚୁଲ୍ଲୀ ତୁଲ୍ୟ କରିବ, ଯେତେବେଳେ ତୁମ୍ଭେ ତାଙ୍କୁ ସାହାଯ୍ୟ କରିବା ପାଇଁ ଆସ, ଏବଂ ତାଙ୍କ କ୍ରୋଧରେ ସେ ସମ୍ପୂର୍ଣ୍ଣ ଭାବରେ ସେମାନଙ୍କୁ ଧ୍ୱଂସ କରିବେ।

10 ଏ ପୃଥିବୀରୁ ସେମାନଙ୍କର ଫଳ ଓ ମନୁଷ୍ୟ ସନ୍ତାନଗଣ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ।

11 କାରଣ ସେହି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ। ହେ ସଦାପ୍ରଭୁ, ସେମାନେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରୁଥିଲେ କିନ୍ତୁ ସେମାନେ ସେହି କାର୍ଯ୍ୟରେ ସଫଳ ହେଲେ ନାହିଁ।

12 ହେ ସଦାପ୍ରଭୁ, ତୁମ୍ଭେ ସେହି ଲୋକମାନଙ୍କୁ ତୁମ୍ଭର ଦାସ କରିଛ। ସେମାନଙ୍କୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ। ତୁମ୍ଭେ ରଶିରେ ସେମାନଙ୍କର ବେକକୁ ଫାଶ କରି ବସାଇ ଦେଇଛ। ତୁମ୍ଭେ ସେମାନଙ୍କୁ ଦାସ କରି ରଖିବାକୁ ବାଧ୍ୟ କରିଛ।

13 ହେ ସଦାପ୍ରଭୁ, ତୁମ୍ଭର ଶକ୍ତିର ବିଜୟ ଗୀତ ଗ୍ଭରିଆଡ଼େ ଗୁଞ୍ଜରିତ ହେଉ। ଆମ୍ଭେ ସେହି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ୟ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଗ୍ଭରିଆଡ଼େ ପ୍ରଗ୍ଭର କରିବୁ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Swiv nou:



Piblisite