Biblia Todo Logo
Bib sou entènèt

- Piblisite -

ଗୀତସଂହିତା 4 - ପବିତ୍ର ବାଇବଲ


ତାରଯୁକ୍ତ ବାଦ୍ୟଯନ୍ତ୍ର ଦ୍ୱାରା ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

1 ହେ ମୋର ଧର୍ମସ୍ୱରୂପ ପରମେଶ୍ୱର, ମୋତେ ଉତ୍ତର ଦିଅ। ମୁଁ ଯେତେବେଳେ ତୁମ୍ଭକୁ ପ୍ରାର୍ଥନା କରୁଛି, ମୋର ଗୁହାରି ଶୁଣ। ମୋ’ ପ୍ରତି ସଦୟ ହୁଅ। ମୋତେ ମୋର ସମସ୍ତ ଦୁଃଖ ଯନ୍ତ୍ରଣାରୁ ମୁକ୍ତି ପ୍ରଦାନ କର।

2 ହେ ଲୋକମାନେ, ଆଉ କେତେ ଦିନ ଏପରି ଖରାପ କଥା ମୋ’ ବିରୁଦ୍ଧରେ ପ୍ରଗ୍ଭର କରିବ? ତୁମ୍ଭେମାନେ କେତେଦିନ ନାନା ପ୍ରକାର ନୂଆ ନୂଆ ମିଥ୍ୟା କଥା ମୋ’ ବିଷୟରେ କହିବ? କାହିଁକି ତୁମ୍ଭେମାନେ ସେହି ମନ୍ଦ କଥା କହିବାକୁ ଭଲ ପାଉଛ? ସେଲା

3 ତୁମ୍ଭେ ଜାଣ ସଦାପ୍ରଭୁ ସବୁବେଳେ ତାଙ୍କ ଆଶ୍ରିତ ଧାର୍ମିକ ବ୍ୟକ୍ତିମାନଙ୍କ କଥା ଶୁଣନ୍ତି। ତେଣୁ ସେ ମୋ’ କଥା ମଧ୍ୟ ଶୁଣନ୍ତି, ମୁଁ ଯେତେବେଳେ ତାଙ୍କୁ ପ୍ରାର୍ଥନା କରେ।

4 ଯଦି ତୁମ୍ଭକୁ କୌଣସି କଥା ବିବ୍ରତ କରୁଛି, ତୁମ୍ଭେ ବିଛଣାକୁ ଶୋଇବାକୁ ଯିବା ପୂର୍ବରୁ ସେହି କଥାଗୁଡ଼ିକ ଚିନ୍ତା କର ଓ ଆନନ୍ଦ ମନରେ ଶାନ୍ତିରେ ଆରାମ କର। ସେଲା

5 ସଦାସର୍ବଦା ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧର୍ମ ବଳିଦାନ ଉତ୍ସର୍ଗ କର।

6 ଅନେକ ଲୋକ କହନ୍ତି, “କିଏ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉତ୍ତମତା ଦେଖାଇ ପାରିବ? ହେ ସଦାପ୍ରଭୁ, ତୁମ୍ଭେ ତୁମ୍ଭର ତେଜ ପ୍ରକାଶ ମୁଖକୁ ଆମ୍ଭମାନଙ୍କୁ ଦେଖାଅ।”

7 ହେ ସଦାପ୍ରଭୁ, ତୁମ୍ଭେ ମୋତେ ବହୁ ଭାବରେ ଅତି ଆନନ୍ଦ ପ୍ରଦାନ କରି ସୁଖୀ କରିଛ। ମୁଁ ବର୍ତ୍ତମାନ ବହୁତ ଖୁସୀ। ଫସଲ ଅମଳ ସମୟଠାରୁ, ଯେତେବେଳେ ଆମ୍ଭେ ଶସ୍ୟଅମଳ କରୁ, ଦ୍ରାକ୍ଷାରସ ଉତ୍ପାଦନ କରୁ, ସେତେବେଳେ ଆମ୍ଭେ ଆନନ୍ଦରେ ଏହାକୁ ପର୍ବ ଭାବରେ ପାଳନ କରୁ।

8 ମୁଁ ବିଛଣାରେ ଶାନ୍ତିରେ ଶୟନ କରେ, କାରଣ ହେ ସଦାପ୍ରଭୁ, ତୁମ୍ଭେ ମୋତେ ରକ୍ଷାକରି ନିରାପଦରେ ଶୋଇବାକୁ ସୁଯୋଗ ଦେଇଛ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Swiv nou:



Piblisite