Biblia Todo Logo
Bib sou entènèt

- Piblisite -

ଗୀତସଂହିତା 43 - ପବିତ୍ର ବାଇବଲ

1 ହେ ପରମେଶ୍ୱର, ଜଣେ ଲୋକ ଥିଲା ଯିଏ କି ତୁମ୍ଭର ଆଶ୍ରିତ ନ ଥିଲା। ସେହି ଲୋକଟି ଦୁଷ୍ଟ ବୁଦ୍ଧି ସମ୍ପନ୍ନ ଓ ମିଥ୍ୟା କହେ। ହେ ପରମେଶ୍ୱର, ସେହି ଲୋକଠାରୁ ମୋତେ ବଞ୍ଚାଅ। ମୋତେ ସାହାଯ୍ୟ କରି ପ୍ରମାଣ କର ଯେ, ମୁଁ ଠିକ୍ ଅଟେ।

2 ହେ ପରମେଶ୍ୱର, ତୁମ୍ଭେ ହିଁ ମୋର ବଳସ୍ୱରୂପ। କାହିଁକି ତୁମ୍ଭେ ମୋତେ ଛାଡ଼ି ଗ୍ଭଲିଯିବ? ମୋର ଶତ୍ରୁର ନିଷ୍ଠୁର ଆଚରଣ ଯୋଗୁଁ କାହିଁକି ମୁଁ ଏତେ ଦୁଃଖ ପାଇବି।

3 ହେ ପରମେଶ୍ୱର, ତୁମ୍ଭର ଆଲୋକ ଓ ସତ୍ୟତାର ବାର୍ତ୍ତା ମୋ’ ନିକଟକୁ ପ୍ରେରିତ ହେଉ। ତୁମ୍ଭର ଆଲୋକ ଓ ସତ୍ୟତା ମୋର ପଥ ପ୍ରଦର୍ଶକ ହେଉ। ସେମାନେ ମୋତେ ବାଟ ଦେଖାଇ ତୁମ୍ଭର ପବିତ୍ର ପର୍ବତକୁ ନେଇଯିବେ। ସେମାନେ ମୋତେ ତୁମ୍ଭର ପବିତ୍ର ଗୃହକୁ ପଥ ଦେଖାଇବେ।

4 ମୁଁ ପରମେଶ୍ୱରଙ୍କ ଯଜ୍ଞବେଦି ନିକଟକୁ ଆସିବି। ମୁଁ ପରମେଶ୍ୱରଙ୍କ ନିକଟକୁ ଯିବି, ଯିଏ ମୋତେ ସମସ୍ତ ସୁଖ ପ୍ରଦାନ କରିଛନ୍ତି। ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ଏହି ବୀଣା ବାଦ୍ୟଯନ୍ତ୍ରରେ ତୁମ୍ଭର ପ୍ରଶଂସା ଗାନ କରିବି।

5 ହେ ମୋର ପ୍ରାଣ, କାହିଁକି ଏତେ ଦୁଃଖିତ? ମୁଁ କାହିଁକି ଏତେ ଅଧୀର ହେଉଛି? ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି। ତାଙ୍କୁ ପ୍ରଶଂସା କରିବା ପାଇଁ ମୁଁ ନିଶ୍ଚୟ ସୁଯୋଗ ପାଇବି। ସେ ମୋତେ ରକ୍ଷା କରିବେ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Swiv nou:



Piblisite