Biblia Todo Logo
Bib sou entènèt

- Piblisite -

ଗୀତସଂହିତା 54 - ପବିତ୍ର ବାଇବଲ


ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍। ଯେତେବେଳେ ସୀଫୀୟମାନେ ଶାଉଲଠାକୁ ଗଲେ ଓ ଏହି କଥା କହିଲେ, “ଆମ୍ଭେମାନେ ଭାବୁଛୁ ଦାଉଦ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।” ସେହି ସମୟରେ ଏହା ରଚିତ।

1 ହେ ପରମେଶ୍ୱର, ତୁମ୍ଭ ଶକ୍ତି ପ୍ରଦର୍ଶନ କରି, ମୋତେ ରକ୍ଷା କର। ତୁମ୍ଭ ମହାପରାକ୍ରମ ଶକ୍ତି ବ୍ୟବହାର କରି ପ୍ରମାଣ କର ଯେ, ମୁଁ ନିରୀହ।

2 ହେ ପରମେଶ୍ୱର, ମୋର ପ୍ରାର୍ଥନା ଶୁଣ। ମୋହର ଗୁହାରି ଶୁଣ।

3 ଅପରିଚିତ ଲୋକମାନେ କେହି ପରମେଶ୍ୱରଙ୍କୁ ଉପାସନା କରନ୍ତି ନାହିଁ। ପରାକ୍ରମଶାଳୀ ଲୋକମାନେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛନ୍ତି। ସେଲା

4 ଦେଖ, ପରମେଶ୍ୱର ମୋତେ ସାହାଯ୍ୟ କରିବେ, ମୋର ପ୍ରଭୁ ମୋର ସମର୍ଥନ କରିବେ।

5 ପରମେଶ୍ୱର, ମୋର ଶତ୍ରୁମାନଙ୍କୁ ସେମାନଙ୍କର କୁକର୍ମ ପାଇଁ ପ୍ରତିରୋଧ କର। ପରମେଶ୍ୱର, ଦେଖାଇ ଦିଅ ଯେ, ତୁମ୍ଭେ ମୋ’ ପାଇଁ ସତ୍ୟ ଅଟ ଏବଂ ସେମାନଙ୍କୁ ଧ୍ୱଂସ କର।

6 ମୁଁ ସ୍ୱଇଚ୍ଛାରେ ନୈବେଦ୍ୟ ନେଇ ତୁମ୍ଭ ଉଦ୍ଦେଶ୍ୟରେ ଦେବି। ସଦାପ୍ରଭୁ, ମୁଁ ତୁମ୍ଭର ନାମର ଗୁଣଗାନ କରିବି, କାରଣ ତୁମ୍ଭେ ଉତ୍ତମ ଅଟ।

7 ତୁମ୍ଭେ ମୋତେ ମୋର ସବୁ ବିପଦରୁ ରକ୍ଷା କଲ। ମୋ’ ଶତ୍ରୁଗଣ ପରାଜିତ ହେବାର ମୁଁ ଦେଖିଛି।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Swiv nou:



Piblisite