Biblia Todo Logo
Bib sou entènèt

- Piblisite -

ଗୀତସଂହିତା 85 - ପବିତ୍ର ବାଇବଲ


ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣଙ୍କର ଗୀତ।

1 ହେ ସଦାପ୍ରଭୁ, ତୁମ୍ଭେ ନିଜ ଦେଶ ପ୍ରତି ଦୟା ଦେଖାଇଅଛ। ବିଦେଶରେ ଯାକୁବର ଲୋକମାନେ ବନ୍ଦୀ ହୋଇଥିଲେ। ସେମାନଙ୍କୁ ଛଡ଼ାଇ ତାଙ୍କର ନିଜ ଦେଶକୁ ନେଇଆସିଲ।

2 ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କର ଅପରାଧ ସବୁ କ୍ଷମା କଲ। ଆଉ ତୁମ୍ଭେ ସେମାନଙ୍କର ପାପସବୁ ପୋଛିଲ। ସେଲା

3 ଆପଣା ସମସ୍ତ କ୍ରୋଧରୁ ନିବୃତ୍ତ ହେଲ। ଆପଣା କ୍ରୋଧରେ ପ୍ରଚଣ୍ଡ ହେଲ ନାହିଁ।

4 ହେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱର, ଆମ୍ଭମାନଙ୍କୁ ତୁମ୍ଭ ପାଖକୁ ଫେରାଇ ଆଣ ଏବଂ ଆମ୍ଭ ଉପରେ ଅପ୍ରସନ୍ନ ହେବା ବନ୍ଦ କର।

5 ତୁମ୍ଭେ କି ସଦାକାଳ ଆମ୍ଭ ଉପରେ କ୍ରୋଧିତ ହୋଇ ରହିବ?

6 ନିଶ୍ଚିତ ତୁମ୍ଭେ ଆଉଥରେ ଆମ୍ଭମାନଙ୍କୁ ବଞ୍ଚିବାକୁ ଦେବ। ତେଣୁ ତୁମ୍ଭର ଲୋକମାନେ ତୁମ୍ଭ ସହିତ ଆନନ୍ଦ କରିବେ।

7 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ରକ୍ଷା କର ଏବଂ ଦେଖାଇ ଦିଅ ଯେ ତୁମ୍ଭେ ଆମ୍ଭକୁ ପ୍ରେମ କରୁଛ।

8 ସଦାପ୍ରଭୁ ପରମେଶ୍ୱର ଯାହା କହିବେ ମୁଁ ଶୁଣିବି। ସେ ପ୍ରତିଜ୍ଞା କରିଛନ୍ତି ଯେ, ଆପଣା ଲୋକମାନଙ୍କ ଓ ଆପଣା ଅନୁସରଣକାରୀମାନଙ୍କ ପାଇଁ ଶାନ୍ତି ବିରାଜମାନ କରିବେ। ସେମାନେ ପୁନର୍ବାର ମୂର୍ଖତା ଜୀବନଯାପନ କରିବା ପାଇଁ ଫେରି ନ ଯାଆନ୍ତୁ।

9 ପରମେଶ୍ୱର ତାଙ୍କର ଅନୁସରଣକାରୀଙ୍କୁ ଶୀଘ୍ର ରକ୍ଷା କରିବେ। ଆମ୍ଭେ ଖୁବ୍ ଶୀଘ୍ର ଆମ୍ଭ ଦେଶରେ ସମ୍ମାନର ସହ ବାସ କରିବୁ।

10 ସ୍ନେହପୂର୍ଣ୍ଣ କରୁଣା ଓ ବିଶ୍ୱସ୍ତତା ଦେଶକୁ ପ୍ରତ୍ୟାବର୍ତ୍ତନ କରେ। ଧର୍ମ ଓ ଶାନ୍ତି ପରସ୍ପରକୁ ବନ୍ଧୁପରି ଅଭିନନ୍ଦନ କରନ୍ତି।

11 ପୃଥିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱସ୍ତ ହେବେ ଏବଂ ସ୍ୱର୍ଗରେ ପରମେଶ୍ୱର ସେମାନଙ୍କର ମଙ୍ଗଳ କରିବେ।

12 ସଦାପ୍ରଭୁ ଉତ୍ତମ ବସ୍ତୁ ପ୍ରଦାନ କରିବେ ଏବଂ ଆମ୍ଭମାନଙ୍କ ଧରଣୀ ଫଳ ଉତ୍ପନ୍ନ କରିବ।

13 ଧର୍ମ ପରମେଶ୍ୱରଙ୍କର ଆଗେ ଆଗେ ଯିବ ଓ ତାଙ୍କ ପଦଚିହ୍ନକୁ ଗମନର ପଥ ତିଆରି କରିବ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Swiv nou:



Piblisite