Biblia Todo Logo
Bib sou entènèt

- Piblisite -

ଗୀତସଂହିତା 95 - ପବିତ୍ର ବାଇବଲ

1 ଆସ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା। ଆମ୍ଭମାନଙ୍କ “ପରିତ୍ରାଣର ଶୈଳ” ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରିବା, ଯିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି।

2 ଆସ, ଆମ୍ଭେ ଧନ୍ୟବାଦ ସହ ତାଙ୍କ ସମ୍ମୁଖକୁ ଆସିବା ଏବଂ ତାଙ୍କ ଉଦ୍ଦେଶ୍ୟରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।

3 କାରଣ ସଦାପ୍ରଭୁ ହେଉଛନ୍ତି, ମହାନ ପରମେଶ୍ୱର। ସେ ସକଳ “ଦେବତାଗଣଙ୍କ” ଉପରେ ଶାସନ କରନ୍ତି।

4 ପୃଥିବୀର ଗଭୀର ସ୍ଥାନସବୁ ଓ ଉଚ୍ଚ ପର୍ବତଗଣ ମଧ୍ୟ ସଦାପ୍ରଭୁଙ୍କର।

5 ସକଳ ସମୁଦ୍ର ତାଙ୍କର, ସେ ସେଗୁଡ଼ିକ ସୃଷ୍ଟି କରିଛନ୍ତି। ଏବଂ ସ୍ଥଳଭାଗଗୁଡ଼ିକ ମଧ୍ୟ ପରମେଶ୍ୱର ତାଙ୍କର ନିଜ ହସ୍ତରେ ସୃଷ୍ଟି କରିଛନ୍ତି।

6 ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବା! ଆସ, ସେହି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।

7 ସେ ହେଉଛନ୍ତି ଆମ୍ଭର ପରମେଶ୍ୱର, ଏବଂ ଆମ୍ଭେ ତାଙ୍କର ସନ୍ତାନଗଣ। ଆଜି ଆମ୍ଭେ ତାଙ୍କର ମେଷ ତୁଲ୍ୟ, ସିଏ ତାଙ୍କ ନିଜର ତୃଣଭୂମିକୁ ଯତ୍ନ ନିଅନ୍ତି।

8 ପରମେଶ୍ୱର କହନ୍ତି, “ମିରୀବାଃ ଓ ମଃସା ମରୁଭୂମିରେ ହେଲା ପରି ଜି‌ଦ୍‌ଖୋର ହୁଅ ନାହିଁ।

9 ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର ପରୀକ୍ଷା ପାଇଁ ଆହ୍ୱାନ କଲେ। ସେମାନେ ଜାଣି ପାରିଥିଲେ ଯେ ଆମ୍ଭେ କ’ଣ କରିପାରୁ।

10 ଆମ୍ଭେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ସେହି ବଂଶପ୍ରତି ବିରକ୍ତ ହୋଇଥିଲୁ, ଆମ୍ଭେ କହିଲୁ ଯେ, ‘ସେମାନେ ଆମ୍ଭ ପ୍ରତି ବିଶ୍ୱାସୀ ନୁହନ୍ତି। ସେମାନେ ଆମ୍ଭର ନିୟମକୁ ମାନିବା ପାଇଁ ମନା କରି ଦେଲେ।’

11 ତେଣୁ ଆମ୍ଭେ ତାଙ୍କ ଉପରେ କ୍ରୋଧିତ ହେଲୁ ଏବଂ ପ୍ରତିଜ୍ଞା କଲୁ, ‘ସେମାନେ ଆଉ ଆମ୍ଭର ବିଶ୍ରାମ ଭୂମିକୁ ପ୍ରବେଶ କରି ପାରିବେ ନାହିଁ।’”

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Swiv nou:



Piblisite