Biblia Todo Logo
Bib sou entènèt

- Piblisite -

ଯିଶାଇୟ 20 - ଓଡିଆ ବାଇବେଲ


ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ

1 ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତାନ ସେନାଧ୍ୟକ୍ଷ ଯେଉଁ ବର୍ଷ ଅସ୍‍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲା;

2 ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ୱାରା ସଦାପ୍ରଭୁ ଏହି କଥା କହିଲେ, “ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼,” ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା।

3 ତେବେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି;

4 ସେହିପରି ଅଶୂରର ରାଜା ମିସ୍ରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସ୍ରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।

5 ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ।

6 ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପରି ବଞ୍ଚିବା ?

© 2017 Bridge Connectivity Solutions. Released under the Creative Commons Attribution Share-Alike license 4.0

Bridge Connectivity Solutions Pvt. Ltd.
Swiv nou:



Piblisite